ନୂଆଦିଲ୍ଲୀ-କୋଲକାତା-ମୁମ୍ବାଇ-ଚେନ୍ନାଇରେ ପାଳନ ହେବ ଓଡ଼ିଶା ଦିବସ

ଭୁବନେଶ୍ବର: ଚଳିତବର୍ଷ ମହାସମାରୋହରେ ପାଳନ ହେବାକୁ ଯାଉଛି ଓଡ଼ିଶା ଦିବସ । ନୂଆଦିଲ୍ଲୀ, କୋଲକାତା, ମୁମ୍ବାଇ ଓ ଚେନ୍ନାଇରେ ଆୟୋଜନ ହେବ କାର୍ୟ୍ୟକ୍ରମ । ରାଜ୍ୟ ମୁଖ୍ୟାଳୟ, ସମସ୍ତ ରାଜସ୍ୱ ଆୟୁକ୍ତ, ଜିଲ୍ଲା ଓ ଉପଖଣ୍ଡସ୍ତରରେ ଓଡ଼ିଶା ଦିବସକୁ ଆନନ୍ଦ, ଉଲ୍ଲାସ ଓ ଆକର୍ଷଣୀୟ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆସନ୍ତା ଏପ୍ରିଲ ୧ରୁ ୧୪ ତାରିଖ ପର୍ୟ୍ୟନ୍ତ ଓଡ଼ିଆ ପକ୍ଷର ଆୟୋଜନ କରାଯିବ । ଏନେଇ ଓଡ଼ିଶା ଦିବସ ୨୦୨୬ ଉପଲକ୍ଷେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।
ବୈଠକରେ ଗୃହ, ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଯୋଗ ଦେଇ ପ୍ରସ୍ତୁତି ସଂପର୍କରେ ଉପସ୍ଥାପନ କରିଛନ୍ତି । ଓଡ଼ିଶା ଦିବସ ଏପ୍ରିଲ ୧ ତାରିଖ ସଂଧ୍ୟାରେ ରାଜ୍ୟସ୍ତରୀୟ ଉତ୍ସବ ଜୟଦେବ ଭବନରେ ଅନୁ​‌ଷ୍ଠିତ ହେବ । ଜୟଦେବ ଭବନରେ ଏହି ପରିପ୍ରେକ୍ଷୀରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସଂପର୍କିତ ଫଟୋଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହେବ । ରାଜ୍ୟସ୍ତରୀୟ ଉତ୍ସବରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ଅତିଥି ଯୋଗ ଦେବେ । ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଥିବା ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ । ଏହି ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ ।
ବିଭିନ୍ନ ରାଜ୍ୟରେ ହେବ ଓଡିଶା ଦିବସ ପାଳନ:ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଉତ୍କଳ ପ୍ରସଙ୍ଗ ଓଡ଼ିଶା ରିଭ୍ୟୁ ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚନ ସହ ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ ଯୋଜନା ଓ କାର୍ୟ୍ୟକ୍ରମକୁ ନେଇ ପ୍ରକାଶ ପାଉଥିବା ପତ୍ରିକା ‘ପ୍ରଗତି ପ୍ରବାହ’ର ୩ୟ ସଂସ୍କରଣଉନ୍ମୋଚନ ହେବ । ଜୟଦେବ ଭବନରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସାଂସ୍କୃତିକ କାର୍ୟ୍ୟକ୍ରମ ଅନୁ​ଷ୍ଠିତ ହେବ । ଦିବସ ପାଳନ ଉପଲକ୍ଷେ ବିଭିନ୍ନ ସ୍ଥାନରେ ଓଡ଼ିଶାର ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଦେଶାତ୍ମବୋଧକ ସଙ୍ଗୀତ ବାଦନ, ବିଭିନ୍ନ ସରକାରୀ ଓ ରାଷ୍ଟ୍ରାୟତ ଉଦ୍ୟୋଗ ସୌଧଗୁଡ଼ିକର ଆଲୋକୀକରଣ, ବରପୁତ୍ରଙ୍କ ପ୍ରତିମୂର୍ତ୍ତି ସଫେଇ ଓ ମାଲ୍ୟାର୍ପଣ ନେଇ ଆଲୋଚନା ହୋଇଛି । ନୂଆଦିଲ୍ଲୀରେ ପ୍ରମୁଖ ଆବାସିକ ଆୟୁକ୍ତ ଓ କୋଲକାତା, ମୁମ୍ବାଇ, ଚେନ୍ନାଇରେ ସ୍ଥାନୀୟ ଓଡ଼ିଆ ସମାଜ ସହଯୋଗରେ ଓଡ଼ିଶା ଦିବସ ପାଳନ ହେବ ।ଏପ୍ରିଲ ୧ ଓଡ଼ିଶା ଦିବସରୁ ଆରମ୍ଭ କରି ଏପ୍ରିଲ ୧୪ ତାରିଖ ପର୍ୟ୍ୟନ୍ତ ଓଡ଼ିଆ ଅସ୍ମିତାକୁ ଆଧାର କରି ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସଂପୃକ୍ତ ବିଭାଗଙ୍କ ସହଯୋଗରେ ବିଭିନ୍ନ ଦିବସରେ କାର୍ୟ୍ୟକ୍ରମମାନ ଅନୁ​‌ଷ୍ଠିତ ହେବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ