ନୂଆପଡ଼ା ବ୍ଲକ ସାଇପଲା ରେ ନିର୍ବାଚନୀ ବୈଠକ କଲେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ

ନୂଆପଡ଼ା, 0୪/୧୧: ନୂଆପଡା ବିଧାନସଭା ଉପନିର୍ବାଚନ ରେ ରାଜନୈତିକ ମାହୋଲ ସରଗରମ ହେବାରେ ଲାଗିଛି । ନୂଆପଡ଼ା ବର୍ତ୍ତମାନ ରାଜ୍ୟ ରାଜନୀତି ର ରାଜଧାନୀ ପାଲଟିଛି । ସମସ୍ତ ରାଜନୈତିକ ଦଳର ନେତୃବୃନ୍ଦ ଙ୍କ ସୁଅ ଛୁଟୁଛି । ବିଧାନସଭା ନିର୍ବାଚନ ମଣ୍ଡଳୀ ର କୋଣ ଅନୁକୋଣରେ ନିର୍ବାଚନୀ ପ୍ରଚାର ଦୃଶ୍ୟମାନ ହେଉଛି । ନୁଆପଡ଼ା ବ୍ଲକ ଅନ୍ତର୍ଗତ ସାଇପାଲା ପଞ୍ଚାୟତ ରେ ଆଜି ବିଜେପି ର ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି । ସଭାରେ ଓଡ଼ିଶା ସରକାର ଙ୍କ ସମବାୟ, ହସ୍ତତନ୍ତ ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଯୋଗ ଦେଇଥିଲେ । ପଞ୍ଚାୟତ ର ବିଭିନ୍ନ ଅଞ୍ଚଳ ରୁ ଆସିଥିବା ଜନସାଧାରଣଙ୍କୁ ଦେଇଥିବା ନିଜ ଅଭିଭାଷଣ ରେ ମନ୍ତ୍ରୀ ଶ୍ରୀ ବଳସାମନ୍ତ ଡବଲ ଇଞ୍ଜିନ ସରକାର ର ଲୋକାଭିମୁଖୀ ଜନକଲ୍ୟାଣକାରି ଯୋଜନା ସମ୍ପର୍କ ରେ ବୁଝାଇଥିଲେ । ନରେନ୍ଦ୍ର ମୋଦୀ ଓ ମୋହନ ମାଝୀ ଙ୍କ ହାତମୁଠା କୁ ଆହୁରି ମଜଭୁତ କରି ୨୦୪୭ ଶୁଦ୍ଧା ବିକଶିତ ଭାରତ ଓ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କୁ ପଦ୍ମ ଚିହ୍ନରେ ବିଜୟୀ କରାଇ ବିଧାନସଭାକୁ ପଠେଇବା ପାଇଁ ଅନୁରୋଧ କରିଥିଲେ । ଆଜିର କାର୍ଯ୍ୟକ୍ରମ ରେ ବିଧାୟକ ସନାତନ ବିଜୁଳିଙ୍କ ସମେତ ବିଜେପି ର ସ୍ଥାନୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ ।

  • Related Posts

    ବିଜେଡିରୁ ୨ ନେତା ନିଲମ୍ବିତ

    ବାଲିଗୁଡ଼ା : ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ଘଟଣା ଘଟିଛି । ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଦଳ ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଦୁଇ ଜଣ ପ୍ରମୁଖ ନେତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି । ସୂଚନା ଅନୁସାରେ, ଟୁନା ଦାସ…

    Continue reading
    ବିଜେଡି ସାଂସଦ ସଂଖ୍ୟା ଶୂନ ହୋଇଯିବ:ପ୍ରଦୀପ ପୁରୋହିତ

    ଭୁବନେଶ୍ୱର: ବିଜେଡିକୁ ନେଇ ବିଜେପି ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ଫୋରକ ବୟାନ। କହିଛନ୍ତି, ବିଜେଡିର କିଛି ବଡ଼ ନେତୃତ୍ୱ ଆମ ଶୀର୍ଷ ନେତୃତ୍ୱ ସହିତ ଆଲୋଚନା କରୁଛନ୍ତି। ଆଗକୁ ବିଜେଡିରେ ବଡ଼ ବିସ୍ଫୋରଣ ହେବ, ବିଜେଡି ଡଙ୍ଗା ବୁଡ଼ୁଛି। ଜୀବନ ବଞ୍ଚାଇବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ