ନୂଆପଡାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ପରେ ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟରେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଅତ୍ୟନ୍ତ ଉଚ୍ଚକୋଟୀର ପ୍ରଦର୍ଶନ ଏବଂ ବିଜୟ ଓଡ଼ିଶାର ରାଜନୈତିକ ଚିତ୍ରପଟ୍ଟରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଏହି ବିଜୟ ଆମ ସରକାରଙ୍କ ନୀତି, ଆଦର୍ଶ ତଥା ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ପ୍ରତି ଜନସାଧାରଣଙ୍କ ସମ୍ପୂର୍ଣ୍ଣ ଆସ୍ଥା ଓ ବିଶ୍ୱାସକୁ ପ୍ରମାଣିତ କରୁଛି । ନୂଆପଡ଼ାବାସୀ ବିରୋଧୀ ଦଳମାନଙ୍କର ଅପପ୍ରଚାର ଓ ମିଥ୍ୟା ପ୍ରତିଶୃତିକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ ବିକାଶକୁ ସମର୍ଥନ କରି ଭାରତୀୟ ଜନତା ପାର୍ଟି ସପକ୍ଷରେ ଏକ ସ୍ପଷ୍ଟ ଜନାଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏହି ପରିପ୍ରେକ୍ଷୀରେ ମୁଁ ନୂଆପଡ଼ାର ପ୍ରତ୍ୟେକ ଜନସାଧାରଣଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିବା ସହ ନୂଆପଡ଼ାର ନବନିର୍ବାଚିତ ବିଧାୟକ ଜୟ ଢୋଲକିଆଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଓ ଶୁଭେଛା ଜଣାଉଛି । ଏହା ସହ ଏହି ବିଶାଳ ବିଜୟ ପାଇଁ ମୁଁ ଆମ ଦଳର ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ, ସାଂସଦ ଓ ବିଧାୟକଗଣ ତଥା ଦଳର କାର୍ଯ୍ୟକର୍ତ୍ତାମାନଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି । ଆଜି ଆମ ଦେଶରେ ମୋଦୀଜୀଙ୍କ ନେତୃତ୍ୱ ହେଉଛି ବିକାଶର ଏକମାତ୍ର ପରିଭାଷା । ତାଙ୍କ ଆଦର୍ଶ ଓ ମାର୍ଗଦର୍ଶନରେ ଆମ ସରକାର ଗତ ପ୍ରାୟ ଦେଢ଼ ବର୍ଷ ମଧ୍ୟରେ ଓଡ଼ିଶାବାସୀଙ୍କ କଲ୍ୟାଣ ଏବଂ ରାଜ୍ୟର ବିକାଶ ପାଇଁ ଦିନରାତି କାମ କରି ଚାଲିଛି । ନୂଆପଡ଼ାବାସୀଙ୍କ ସମର୍ଥନ ଆମକୁ ନୂଆ ପ୍ରେରଣା ଓ ଶକ୍ତି ଦେଇଛି । ଆମେ ନୂଆପଡ଼ାର ବିକାଶ ପାଇଁ ସମ୍ପୂର୍ଣ୍ଣ ପ୍ରତିବଦ୍ଧ ଏବଂ ଆପଣମାନଙ୍କ ସହଯୋଗରେ ଆମେ ସମୃଦ୍ଧ ନୂଆପଡ଼ା ଓ ସମୃଦ୍ଧ ଓଡ଼ିଶା ଗଠନରେ ନିଶ୍ଚୟ ସଫଳ ହେବା ।

  • Related Posts

    ସରପଞ୍ଚରୁ ଭାଜପା ଜିଲ୍ଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା

    ଗୀତାଞ୍ଜଳିଙ୍କୁ ନୂଆ ଦାୟିତ୍ୱ, ମହିଳା ସଂଗଠନ ସୁଦୃଢ଼ କରିବାକୁ ନୂଆ ଆଶା” ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ନାୟକଙ୍କୁ ଭାରତୀୟ ଜନତା ପାର୍ଟି (ଭାଜପା) କନ୍ଧମାଳ ଜିଲ୍ଲା ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦିକା ଭାବେ ଦାୟିତ୍ୱ…

    Continue reading
    ‘ଅମସାଥି ଚାଟ୍‌ବଟ୍‌ ଆପ୍‌’ର ଶୁଭାରମ୍ଭ

    ଭୁବନେଶ୍ୱର: ରାଜସ୍ୱ ବିବାଦ ଓ ବିଭିନ୍ନ ରାଜସ୍ୱ ସେବା ପାଇଁ ଆଉ ଅଫିସ୍‌ ଦୌଡ଼ିବାକୁ ପଡ଼ିବନି । ଘରେ ବସି ହାତ ପାଆନ୍ତୁ ରାଜସ୍ୱ ବିଭାଗର ବିଭିନ୍ନ ସେବା । ଏଥିପାଇଁ ରାଜସ୍ୱ ବିଭାଗ ପକ୍ଷରୁ ‘ଅମସାଥି ଚାଟ୍‌ବଟ୍‌ ଆପ୍‌’ର ଶୁଭାରମ୍ଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ