ନୂଆ ଉପ ରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ

ଭାରତୀୟ ନିର୍ବାଚନ କମିଶନ ଆସନ୍ତା ୪୮ରୁ ୭୨ ଘଣ୍ଟା ମଧ୍ୟରେ ଉପ ରାଷ୍ଟ୍ରପତି ନିର୍ବାଚନର ତାରିଖ ଘୋଷଣା କରିବେ। ଅଗଷ୍ଟ ଶେଷ ସପ୍ତାହ ସୁଦ୍ଧା ଦେଶକୁ ନୂଆ ଉପ ରାଷ୍ଟ୍ରପତି ମିଳିବେ। ଏଥିପାଇଁ ନିର୍ବାଚନ କମିଶନ ପ୍ରକ୍ରିୟା ଆରମ୍ଭ କରି ଦେଇଛନ୍ତି।

ଏବେ ଇଲେକ୍ଟୋରାଲ କଲେଜ୍‌ ପ୍ରସ୍ତୁତି ଓ ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଆରମ୍ଭ ହୋଇଛି। ପୂର୍ବରୁ ହୋଇଥିବା ଉପରାଷ୍ଟ୍ରପତି ନିର୍ବାଚନ ବ୍ୟବସ୍ଥା ଉପରେ ଅନୁଧ୍ୟାନ କରାଯାଉଛି। ଏସବୁ ପ୍ରକ୍ରିୟା ଶେଷ ହେବା ମାତ୍ରେ ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ।ସୋମବାର ରାତିରେ ଭାରତର ଉପ ରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ ଅପ୍ରତ୍ୟାଶିତ ଢଙ୍ଗରେ ଇସ୍ତଫା ଦେଇଥିଲେ। ଏଥିଯୋଗୁ ଉପ ରାଷ୍ଟ୍ରପତି ପଦ ଖାଲି ପଡ଼ିଛି। ତେଣୁ ଭାରତୀୟ ନିର୍ବାଚନ କମିଶନ ଏହି ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଧନଖଡ଼ ସୋମବାର ଇସ୍ତଫା ଦେଇଥିବା ବେଳେ ମଙ୍ଗଳବାର ସକାଳେ ଏହାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ଗ୍ରହଣ କରି ନେଇଥିଲେ। ଧନଖଡ଼ଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଆହୁରି ୨ ବର୍ଷ ବାକି ରହିଥିଲା।

ଭାରତୀୟ ସମ୍ବିଧାନର ଧାରା ୬୮(୨) ଅନୁସାରେ ଉପ ରାଷ୍ଟ୍ରପତିଙ୍କ ଇସ୍ତଫାର ନିର୍ଦ୍ଦିଷ୍ଟ ସମୟ ସୀମା ପଦରେ ଏହି ପଦ ପୂରଣ ପାଇଁ ନିର୍ବାଚନ ଶେଷ କରିବାର କୌଣସି ପ୍ରାବଧାନ ନାହିଁ। କେବଳ ନିର୍ବାଚନ ଯଥା ଶୀଘ୍ର ଶେଷ କରିବାକୁ ଏହି ଧାରାରେ ଉଲ୍ଲେଖ କରାଯାଇଛି।

  • Related Posts

    ମୁଁ ନିର୍ବାଚନରେ ​​ ଲଢ଼ିବାକୁ ଚାହୁଁ ନାହିଁ: କେ ଆନ୍ନାମଲାଇ

    ଚେନ୍ନାଇ: ଭାରତୀୟ ଜନତା ପାର୍ଟି ପକ୍ଷରୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ପୂର୍ଣ୍ଣାଙ୍ଗ ତାଲିକା ପ୍ରକାଶ କରାଯାଇଥିଲା। ତାଲିକାରେ କେ ଆନ୍ନାମଲାଇଙ୍କ ନାମ ନଥିଲା। ଏନେଇ ଆନ୍ନାମଲାଇ ନୀରବତା ଭାଙ୍ଗିଛନ୍ତି। ସେ ଶନିବାର ସ୍ପଷ୍ଟ କରିଛନ୍ତି, ତାମିଲନାଡୁରେ…

    Continue reading
    କୂଅକୁ କାର୍ ଖସି ୯ ମୃତ

    ମୁମ୍ବାଇ : ମହାରାଷ୍ଟ୍ରର ନାସିକ୍ ଜିଲ୍ଲାର ଡିଣ୍ଡୋରିରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି। ଡିଣ୍ଡୋରିର ଶିବାଜୀ ନଗର ଅଞ୍ଚଳରେ ଏକ ମାରୁତି କାର କୂଅ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ କାରରେ ଥିବା ଗୋଟିଏ ପରିବାରର ନଅ ଜଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ