
ଗଞ୍ଜାମ : ନିଜ ଜନ୍ମ କଲା ମାଆକୁ ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଆସିକା ଥାନା ଦନ୍ତରୀ ବିଗଡ ଗାଁରେ। ଜମିବାଡି ବିବାଦକୁ କେନ୍ଦ୍ର କରି ଏଭଳି କାଣ୍ଡ ଘଟାଇଛି ପୁଅ। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତିରେ ଜମିବାଡି କଥାକୁ ନେଇ ମାଆ ଏବଂ ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅ ବୋହୂ ମିଶି ମାଆର ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଲକ୍ଷ୍ମୀ ବରାଡ ବୋଲି ଜଣାପଡିଛି। ଏ ନେଇ ମୃତକଙ୍କ ଝିଅ ଥାନାରେ ଅଭିଯୋଗ କରିଥିବାବେଳେ ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।