ନୃଶଂସ ପୁଅ: ମା’ ବେକକୁ କାଟିଲା

ବାରିପଦା: ରାଶନ ଚାଉଳ ଭାଗବଣ୍ଟାକୁ ନେଇ ନୃଶଂସ ପୁଅ ଏକ ଦାଆରେ ମା’ ବେକକୁ କାଟି ହତ୍ୟା କରିବା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଶରତଚନ୍ଦ୍ରପୁର ୱାର୍ଡ ନଂ. ୭ରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଏହି ଘଟଣା ଘଟିଛି। ପରିବାର ଲୋକେ ଅଭିଯୁକ୍ତ ପୁଅ ରୋହିଦାସ ସିଂଙ୍କୁ ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରିଛନ୍ତି।

ସୂଚନା ଅନୁଯାୟୀ, ରୋହିଦାସଙ୍କ ମା’ ରଇବାରୀ ସିଂ(୬୫)ପାଇଥିବା ଚାଉଳକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ରୋହିଦାସ ଏକ ଦାଆରେ ତାଙ୍କ ମା’ଙ୍କ ବେକକୁ କାଟିଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତା ରଇବାରୀଙ୍କ ସାନପୁଅ ଲକ୍ଷ୍ମୀକାନ୍ତ ମଧ୍ୟାହ୍ନ ୧୨ଟାରେ କାମରୁ ଫେରି ପ୍ରଧାନମନ୍ତ୍ରୀ ଆବାସ ଘରେ ରହୁଥିବା ମା’ଙ୍କୁ ଦେଖିବାକୁ ଯାଇଥିଲେ। ସେଠାରେ ମୃତଦେହ ପଡ଼ିଥିବା ଦେଖି ବଡ଼ଭାଇ ରୋହିଦାସଙ୍କୁ ପଚରାଉଚୁରା କରିଥିଲେ। ଚାଉଳ ଭାଗବଣ୍ଟାକୁ ନେଇ ମା’ଙ୍କୁ ହତ୍ୟା କରିଥିବା ରୋହିଦାସ ସ୍ବୀକାର କରିବା ସହ ସେହି ଦାଆରେ ନିଜ ବେକକୁ କାଟି ଆମତ୍ହତ୍ୟା ଉଦ୍ୟମ କରିଥିବା ଲକ୍ଷ୍ମୀକାନ୍ତ ଏତଲାରେ ଦର୍ଶାଇଛନ୍ତି। ଖବରପାଇ ସାଇଣ୍ଟିଫିକ୍‌ ଟିମ୍‌ ସହ ପୋଲିସ ପହଞ୍ଚତ୍ ତଦନ୍ତ ଜାରି ରଖିଛି। ଏନେଇ ଥାନାରେ ଏକ ମାମଲା (ନଂ.୨୯/୨୫) ରୁଜୁ ହୋଇଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି