କାଠମାଣ୍ଡୁ : ନେପାଳରେ ଶନିବାର ସକାଳେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ୪ଟାରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଛି। ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ଜୁମ୍ଲା ଜିଲାରେ ଭୂମି ଠାରୁ ୧୦ କିଲୋମିଟର ଗଭୀର ଥିଲା। ଏଥିରେ କୌଣସି ଧନଜୀବନ ହାନୀ ହୋଇନଥିବା ନେଇ ସୂଚନା ମିଳିଛି। ମାତ୍ର ବର୍ଷ ୨୦୨୩ରେ ନେପାଳରେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ୭୦ରୁ ଅଧିକ ଲୋକଙ୍କ ଜୀବନ ଚାଲିଯାଇଥିଲା।
ଇନ୍ଦୋର ଦେଶର ସବୁଠାରୁ ସଫା ସହର
ମଧ୍ୟପ୍ରଦେଶର ରାଜଧାନୀ ଇନ୍ଦୋର ପୁଣି ଥରେ ଦେଶର ସବୁଠାରୁ ସଫା ବା ପରିଷ୍କାର ସହରର ମାନ୍ୟତା ପାଇଛି। ଏହାକୁ ମିଶାଇ ଇନ୍ଦୋର କ୍ରମାଗତ ୮ମ ଥର ପାଇଁ କେନ୍ଦ୍ର ସରକାର ବାର୍ଷିକ ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ଜିତି ପାରିଛି। ଇନ୍ଦୋର ପଛକୁ…