ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା: ୩ ଦିନିଆ ରିମାଣ୍ଡରେ ପୁରୁଷ ବନ୍ଧୁ

ଭୁବନେଶ୍ୱର: କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କୁ ଆତ୍ମହତ୍ୟା ଘଟଣା। ପ୍ରକୃତିଙ୍କ ପୁରୁଷ ବନ୍ଧୁ ଅଦ୍ଭିକ୍‌ ଶ୍ରୀବାସ୍ତବଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ଇନ୍‌ଫୋସିଟି ଥାନା ପୁଲିସ। ମୃତ୍ୟୁ ପୂର୍ବରୁ ସେ ପ୍ରକୃତିଙ୍କୁ ମାନସିକ ଅତ୍ୟାଚାର ଦେଇଥିଲେ କି ନାହିଁ ? ଆତ୍ମହତ୍ୟା ପଛରେ ପ୍ରକୃତ କାରଣ କଣ ରହିଛି। ଅଦ୍ଭିକ୍‌ଙ୍କ ଠାରୁ ସବୁ ତଥ୍ୟ ଓଗାଳିବ ପୁଲିସ। ସେପଟେ ପ୍ରକୃତିଙ୍କ ଡାଏରୀରେ ନେପାଳୀ ଭାଷାରେ ଲେଖାଥିବା ସୁଇସାଇଡାଲ ନୋଟ୍‌କୁ ହ୍ୟାଣ୍ଡରାଇଟିଂ ବ୍ୟୁରୋକୁ ପଠାଯିବ ବୋଲି ସୂଚନା ମିଳିଛି।

ଗତ ୧୬ ତାରିଖ ରାତିରେ ଭୁବନେଶ୍ୱର ସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟର ହଷ୍ଟେଲରୁ ମିଳିଥିଲା ବି.ଟେକ ତୃତୀୟ ବର୍ଷର ଛାତ୍ରୀ ପ୍ରକୃତି ଲମସାଲଙ୍କ ମୃତଦେହ। ହଷ୍ଟେଲ୍‌ ରୁମ୍‌ର ଏକ ଫ୍ୟାନ୍‌ରୁ ପ୍ରକୃତିଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଥିଲା । ଯାହାପରେ କଲେଜରେ ଉତ୍ତେଜନା ଦେଖାଦେଇଥିଲା । ଅଭିଯୁକ୍ତକୁ ଗିରଫ ଏବଂ ଦୃଢ କାର୍ୟ୍ୟାନୁଷ୍ଠାନ ଦାବିରେ ଆନ୍ଦୋଳନ କରିଥିଲେ ବିଶ୍ୱବିଦ୍ୟାଳୟରେ ପଢୁଥିବା ନେପାଳୀ ଛାତ୍ରୀ। ହେଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସମସ୍ତ ଛାତ୍ରଙ୍କୁ ବସ୍‌ ଯୋଗ ଷ୍ଟେସନ୍‌କୁ ପଠାଇ ଦେଇଥିଲେ। ଆଉ ବିଶ୍ୱବିଦ୍ୟାଳୟକୁ ସାଇନ୍‌ ଏ ଡାଏ ଘୋଷଣା କରିଥିଲେ।

ଅନ୍ୟପଟେ ଘଟଣାରେ ଅଭିଯୁକ୍ତ ଥିବା ଯୁବକ ଭୁବନେଶ୍ୱର ଏୟାରପୋର୍ଟରୁ ରାଜ୍ୟ ବାହାରକୁ ଫେରାର ଉଦ୍ୟମ ବେଳେ ଧରିଥିଲା ପୋଲିସ । ଯୁବକକୁ ଗିରଫ ସହ ମୋବାଇଲ୍‌, ଲାପଟପ ଜବତ କରିଥିଲା ପୋଲିସ । ବୁଧବାର ସଂଧ୍ୟା ସମୟରେ ଅଭିଯୁକ୍ତ ଯୁବକଙ୍କୁ କୋର୍ଟରେ ହାଜର କରି ରିମାଣ୍ଡ ପାଇଁ ଆବେଦନ କରିଥିଲା ଇନ୍‌ଫୋସିଟି ପୋଲିସ । ଆଉ କୋର୍ଟ ମାମଲାର ଶୁଣାଣି କରି ଅଭିଯୁକ୍ତ ଯୁବକକୁ ତିନିଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଥିଲେ । ଯାହାଫଳରେ ଗୁରୁବାରଠାରୁ ଯୁବକ ଅଦ୍ଭିକ୍‌ ଶ୍ରୀବାସ୍ତବଙ୍କ ତିନି ଦିନିଆ ରିମାଣ୍ଡ ଅବଧି ଆରମ୍ଭ ହୋଇଛି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ