ନେପାଳୀ ଛାତ୍ରୀ ମୃତ୍ୟୁର ଅନୁଧ୍ୟାନ କଲା ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ବର: ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା । ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ଟିମ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛି । ଗୃହ ବିଭାଗ ସଚିବଙ୍କ ନେତୃତ୍ବରେ ଗଠିତ ଏହି ଟିମ ଉକ୍ତ ଘରୋଇ ବିଶ୍ବବିଦ୍ୟାଳୟ ପରିସରରେ ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିଛନ୍ତି । ଛାତ୍ରଙ୍କ ସମସ୍ୟା ନେଇ ଆନ୍ତର୍ଜାତିକ ସ୍ତରରେ ଭାରତ- ନେପାଳ ମଧ୍ୟରେ ସ୍ଥିତି ସୁଧାରିବା ପାଇଁ ଚେଷ୍ଟା ଜାରି ରହିଛି । ଏନେଇ ଗଠିତ ଉଚ୍ଚସ୍ତରୀୟ କମିଟିର ବରିଷ୍ଠ ପ୍ରଶାସନିକ ଅଧିକାରୀ ଉକ୍ତ ଘରୋଇ ବିଶ୍ବବିଦ୍ୟାଳୟ ପରିସରରେ ବୁଲି ଛାତ୍ରଛାତ୍ରୀ ଓ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି ।
ଗୃହ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି,”ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଆମେ ଆସିଥିଲୁ । ଆମେ ଚାରିଆଡ଼େ ବୁଲି ଦେଖିଛୁ ଓ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛୁ । ଯାହା ତଦନ୍ତ କରିଛୁ ସମସ୍ତ ରିପୋର୍ଟ ରାଜ୍ୟ ସରକାରଙ୍କ ପାଖରେ ଉପସ୍ଥାପନା କରିବୁ । କେବଳ ଆମେ ନୁହେଁ ଆମ ସହିତ ନେପାଳ ଟିମ୍ ମଧ୍ୟ ବୁଲିଥିଲେ । ଆମେ ଯାହା ରିପୋର୍ଟ ଦେବୁ ସେହି ହିସାବରେ ରାଜ୍ୟ ସରକାର ଯାହା କାର୍ୟାନୁଷ୍ଠାନ ନେବେ ।”

ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ କହିଛନ୍ତି,” ବିଶ୍ବବିଦ୍ୟାଳୟରେ ଆଇନଶୃଙ୍ଖଳା ପରିସ୍ଥିତି କିପରି ରହିଛି, ତାହା ଅନୁଧ୍ୟାନ କରିଥିଲୁ ।ଆସିଥିବା ଉଚ୍ଚସ୍ତରୀୟ କମିଟି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ବର୍ତ୍ତମାନ ପାଠପଢା ଜାରି ରହିଛି । ବିଭିନ୍ନ ହଷ୍ଟେଲକୁ ଯାଇ ନେପାଳୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରାଯାଇଛି । ଯେଉଁମାନେ ଫେରି ନାହାନ୍ତି ସେମାନଙ୍କୁ ନିବେଦନ କରାଯାଇଛି, ସେମାନେ ବିଶ୍ବବିଦ୍ୟାଳୟକୁ ଫେରିବା ପାଇଁ । ନେପାଳ ଡେଲିଗେଟସ ମଧ୍ୟ ଆସିଛନ୍ତି, ସେମାନଙ୍କ ସହ ମଧ୍ୟ ଆଲୋଚନା କରାଯାଇଛି । ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ସହ ମଧ୍ୟ ଆଲୋଚନା କରାଯାଇଛି ।”

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ