ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଶୁଭମନ ଅଧିନାୟକ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଆଗାମୀ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (ଈଉଉଓ) ଦଳ ଘୋଷଣା କରିଛି। ଜାନୁଆରୀ ମାସରେ ବଦୋଦରାର ବିସିଏ ଷ୍ଟାଡିୟମରେ ଏହି ସିରିଜ୍ ଅନୁଷ୍ଠିତ ହେବ। ଏହି ଗୁରୁତ୍ୱପୂର୍ଣ୍ଣ ସିରିଜ୍ ପାଇଁ ଯୁବ ତାରକା ଶୁଭମନ ଗିଲଙ୍କୁ ଅଧିନାୟକ ଦାୟିତ୍ୱ ପ୍ରଦାନ କରାଯାଇଛି।

ଆହତ ସମସ୍ୟା କାରଣରୁ ଦକ୍ଷିଣ ଆଫ୍ରିକା ସିରିଜରୁ ବାଦ ପଡିଥିବା ଶ୍ରେୟସ ଆୟର ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗତ ଅକ୍ଟୋବରରେ ସିଡନୀରେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆ ସମୟରେ ସେ ଗୁରୁତର ଆହତ ହୋଇଥିଲେ। ତେବେ ତାଙ୍କର ଉପଲବ୍ଧତା ବିସିସିଆଇ ସେଣ୍ଟର ଅଫ୍ ଏକ୍ସିଲେନ୍ସ (ଉକ୍ଟଋ) ର ଫିଟନେସ୍ କ୍ଲିୟରାନ୍ସ ଉପରେ ନିର୍ଭର କରିବ। ଅନ୍ୟପକ୍ଷରେ, ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏହି ସିରିଜ ପାଇଁ ଚୟନ କରାଯାଇ ନାହିଁ। ଆଗାମୀ ଟି-୨୦ ବିଶ୍ୱକପକୁ ଦୃଷ୍ଟିରେ ରଖି ତାଙ୍କ ‘ୱାର୍କ ଲୋଡ୍’ ପରିଚାଳନା ପାଇଁ ବୋର୍ଡ ଏହି ନିଷ୍ପତ୍ତି ନେଇଛି। ହାର୍ଦ୍ଦିକ ବର୍ତ୍ତମାନ ଗୋଟିଏ ମ୍ୟାଚରେ ୧୦ ଓଭର ବୋଲିଂ କରିବାକୁ ଫିଟ୍ ହୋଇନଥିବା ଜଣାପଡିଛି।
ଭାରତୀୟ ଦଳ:
ଶୁଭମନ ଗିଲ (ଅଧିନାୟକ), ରୋହିତ ଶର୍ମା, ବିରାଟ କୋହଲି, କେଏଲ ରାହୁଲ (ୱିକେଟକିପର), ଶ୍ରେୟସ ଆୟର (ଉପ-ଅଧିନାୟକ)ଞ୍ଚ, ୱାଶିଂଟନ୍ ସୁନ୍ଦର, ରବୀନ୍ଦ୍ର ଜାଡେଜା, ମହମ୍ମଦ ସିରାଜ, ହର୍ଷିତ ରାଣା, ପ୍ରସିଦ୍ଧ କ୍ରିଷ୍ଣା, କୁଲଦୀପ ଯାଦବ, ଋଷଭ ପନ୍ତ (ୱିକେଟକିପର), ନୀତୀଶ କୁମାର ରେଡ୍ଡୀ, ଅର୍ଶଦୀପ ସିଂ ଏବଂ ଯଶସ୍ୱୀ ଜୟସ୍ୱାଲ।

  • Related Posts

    ବିଶ୍ବ ପାରା ତୀରନ୍ଦାଜୀ ସିରିଜ୍‌,ବିଶ୍ବ ଚମ୍ପିଆନ୍‌ଙ୍କୁ ହରାଇ ପାୟଲଙ୍କୁ ସ୍ବର୍ଣ୍ଣ

    ବଲାଙ୍ଗିର: ବ୍ୟାଙ୍ଗକକ୍‌ରେ ଚାଲିଥିବା ବିଶ୍ବ ପାରା ତୀରନ୍ଦାଜୀ ସିରିଜ୍‌ରେ କ୍ରମାଗତ ୨ୟ ଦିନ​‌ରେ ଦେଶ ପାଇଁ ୨ୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ଝିଅ ପାୟଲ ନାଗ। ଶନିବାର ଫାଇନାଲରେ ୧୮ ବର୍ଷ ବୟସ୍କା ପାୟଲ ମହିଳା କମ୍ପାଉଣ୍ଡ ବ୍ୟକ୍ତିଗତ ବର୍ଗରେ…

    Continue reading
    ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପ ୨୦୨୮; ଆୟୋଜନ ପାଇଁ ପ୍ରସ୍ତୁତ ଓଡି଼ଶା, କାଉଣ୍ଟଡାଉନ ଆରମ୍ଭ

    ଭୁବନେଶ୍ବର: ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆୟୋଜନ ହେବ ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପ ୨୦୨୮ । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ଓଡିଶା ପ୍ରସ୍ତୁତ ରହିଛି । ଅନ୍ତର୍ଜାତୀୟ ପ୍ରତିଯୋଗିତା ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ