ନୟାନ୍ତ କଲାଣି ତାତି

ଭୁବନେଶ୍ୱର : ନୟାନ୍ତ କଲାଣି ତାତି । ପଶ୍ଚିମ, ଆଭ୍ୟନ୍ତରୀଣରେ ନିଆଁ ବର୍ଷା, ଉପକୂଳରେ ଗୁଳୁଗୁଳି। ପଦାକୁ ଯାଇ ହେଉନି, ଘରେ ବି ନିସ୍ତାର ମିଳୁନି। ଆହୁରି ଦୁଇଦିନ ଏମିତି ଛଟପଟ ହେବ ସାରା ଓଡ଼ିଶା । ୨୭ରୁ ଆରମ୍ଭ ହେବ କାଳବୈଶାଖୀ । ଏହି ବର୍ଷା ହିଁ ଆଣିବ ଆଶ୍ୱସ୍ତି । ଯଦିଓ ସାମୟିକ ଆଶ୍ୱସ୍ତି ପରେ ପୁଣି ମେ ପହିଲାବେଳକୁ ରାଜ୍ୟରେ ତାପମାତ୍ରା ବଢ଼ିବା ସମ୍ଭାବନା ଅଛି ।
ଗୁରୁବାର ରାଜ୍ୟର ୧୬ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ପାର୍‌ କରିଥିଲା । ସେଥିରୁ ୧୩ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ଉପରେ ରହିଥିଲା । ତତଲା ସହର ଝାରସୁଗୁଡ଼ା ପୁଣି ଡେଇଁଥିଲା ୪୫ । ପାରଦ ପହଞ୍ଚିଥିଲା ୪୫.୨ ଡିଗ୍ରୀ ସେଲସିୟସ୍‌ରେ । ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ୩୬- ୩୮ ଡିଗ୍ରୀ ଭିତରେ ଥିଲା । ହେଲେ ଗୁଳୁଗୁଳି ପ୍ରକୋପ ଜାରି ରହିଥିଲା । ପାଣିପାଗ ବିଭାଗର ପୂର୍ବାନୁମାନ, ୨୫ ଓ ୨୬ ତାରିଖରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ।
ଶୁକ୍ରବାର ଝାରସୁଗୁଡ଼ା ଯେମିତି ଜଳୁଥିଲା, ଜଳିବ । ଗୋଟିଏ ଦୁଇଟି ସ୍ଥାନରେ ଭୀଷଣ ଗ୍ରୀଷ୍ମ ପ୍ରବାହ କଲବଲ କରିପାରେ । ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁରରେ ଗ୍ରୀଷ୍ମ ପ୍ରବାହ (ଅରେଞ୍ଜ ୱାର୍ଣ୍ଣିଂ) ଆଶଙ୍କା ରହିଛି । ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରେ ରାତି ତାପମାତ୍ରା ଅଧିକ ରହିବା ଯୋଗୁ ଅସ୍ୱାଭାବିକ ସ୍ଥିତି ଅନୁଭୂତ ହୋଇପାରେ । ଅନୁଗୁଳ, ନୂଆପଡ଼ା, କଳାହାଣ୍ଡି, ଦେବଗଡ଼ରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳରେ ବିତାତିରୁ ନିସ୍ତାର ଆଶା ନାହିଁ । କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ତାତି ସାଙ୍ଗକୁ ଗୁଳୁଗୁଳି ପ୍ରଭାବ ରହିପାରେ । ୨୬ ତାରିଖ (ଶନିବାର) ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ବୌଦ୍ଧ, ବରଗଡ଼, ସୋନପୁର, ଦେବଗଡ଼, ଅନୁଗୁଳ, ନୂଆପଡ଼ା, କଳାହାଣ୍ଡିରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ଢେଙ୍କାନାଳରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବା ଆଶଙ୍କା ଅଛି । ୨୭ରୁ ତାତି ପ୍ରକୋପ କମିବା ସହ ରାଜ୍ୟରେ କାଳବୈଶାଖୀ ବଢ଼ିବ । ୨୭ ଓ ୨୮ରେ ବିସ୍ତୃତ ଅଞ୍ଚଳରେ ଘଡ଼ଘଡ଼ି, ପବନ ସହ ବର୍ଷା ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ଗରମରୁ ଆଶ୍ୱସ୍ତି ମିଳିବା ସମ୍ଭାବନା ଅଛି । ପାଣିପାଗ ବିଭାଗର ବିସ୍ତାରିତ ପୂର୍ବାନୁମାନ ଅନୁସାରେ ୨୬ରୁ ୨୯ ଭିତରେ ପୂର୍ବ ଭାରତରେ କାଳବୈଶାଖୀ ବର୍ଷା ହୋଇପାରେ । ଓଡ଼ିଶାରେ ୨୮ ତାରିଖରେ କୁଆପଥର ବର୍ଷା ସମ୍ଭାବନା ଅଛି । ଏଭଳି ବର୍ଷା ଯୋଗୁ ତାତି କମିବ ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ