ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ : ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୪୪୪ କୋଟି

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ଓଡ଼ିଶାର ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ପାଇଁ ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ଆକାରରେ ୪୪୪ କୋଟିରୁ ଅଧିକ ଟଙ୍କା ଜାରି କରିଛନ୍ତି କେନ୍ଦ୍ର ସରକାର। ରାଜ୍ୟର ୨୦ଟି ଯୋଗ୍ୟ ଜିଲ୍ଲା ପଞ୍ଚାୟତ (ଜିଲ୍ଲା ପରିଷଦ), ୨୯୬ଟି ଯୋଗ୍ୟ ବ୍ଲକ ପଞ୍ଚାୟତ (ପଞ୍ଚାୟତ ସମିତି) ଏବଂ ୬,୭୩୪ଟି ଯୋଗ୍ୟ ଗ୍ରାମ ପଞ୍ଚାୟତକୁ ଦ୍ୱିତୀୟ କିସ୍ତି ମୁକ୍ତ ଅନୁଦାନ ଆକାରରେ ୩୪୨ କୋଟି ୫୯ ଲକ୍ଷ ୬୪ ହଜାର ଟଙ୍କା ପ୍ରଦାନ କରାଯାଇଛି। ଏହା ସହିତ, ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପ୍ରଥମ କିସ୍ତି ମୁକ୍ତ ଅନୁଦାନର ସ୍ଥଗିତ ଅଂଶ ଆକାରରେ ୧୦୧ କୋଟି ୭୮ ଲକ୍ଷ ୧୫ ହଜାର କୋଟି ଟଙ୍କା ଓଡ଼ିଶାକୁ ମିଳିଛି। ଏହି ଅର୍ଥ ୨୦ଟି ଯୋଗ୍ୟ ଜିଲ୍ଲା ପରିଷଦ, ୨୩୩ଟି ଯୋଗ୍ୟ ପଞ୍ଚାୟତ ସମିତି ଏବଂ ୬୪୯ଟି ଯୋଗ୍ୟ ଗ୍ରାମ ପଞ୍ଚାୟତକୁ ପ୍ରଦାନ କରାଯାଇଛି। ଭାରତ ସରକାର, ପଞ୍ଚାୟତିରାଜ ମନ୍ତ୍ରଣାଳୟ ଏବଂ ଜଳ ଶକ୍ତି ମନ୍ତ୍ରଣାଳୟ (ପାନୀୟ ଜଳ ଏବଂ ପରିମଳ ବିଭାଗ) ମାଧ୍ୟମରେ, ପଞ୍ଚାୟତିରାଜ ଅନୁଷ୍ଠାନ ଏବଂ ଗ୍ରାମୀଣ ସ୍ଥାନୀୟ ସଂସ୍ଥା ପାଇଁ ରାଜ୍ୟଗୁଡ଼ିକୁ ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ପ୍ରଦାନ କରିବାକୁ ସୁପାରିସ କରିଥାନ୍ତି। ଅର୍ଥ ମନ୍ତ୍ରଣାଳୟ ପରବର୍ତ୍ତୀ ସମୟରେ ପ୍ରତି ଆର୍ଥିକ ବର୍ଷରେ ଦୁଇଟି କିସ୍ତିରେ ଏହି ଅନୁଦାନ ପ୍ରଦାନ କରିଥାଏ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ