ଭୁବନେଶ୍ୱର: ପଞ୍ଚାୟତିରାଜ ବିଭାଗରେ କୋଟି କୋଟି ଟଙ୍କାର ଦୁର୍ନୀତି । ବଜେଟ ଅଧିବେଶନ ଜାରି ରହିଥିବା ବେଳେ ମଙ୍ଗଳବାର ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ବିଗତ ପାଞ୍ଚ ବର୍ଷ ମଧ୍ୟରେ ଦାରିଦ୍ର୍ୟ ଦୂରୀକରଣ ଯୋଜନାରେ ପଞ୍ଚାୟତିରାଜ ବିଭାଗରେ ୨୮ କୋଟି ୨୫ ଲକ୍ଷ ୪୩ ହଜାର ଟଙ୍କାର ଦୁର୍ନୀତି ହୋଇଥିବା କହିଛନ୍ତି ମନ୍ତ୍ରୀ ।
ବିଜେପି ବିଧାୟିକା ଉପାସନା ମହାପାତ୍ର ପ୍ରଶ୍ନ କରିଥିଲେ ଯେ, ଗତ ୫ ବର୍ଷ ମଧ୍ୟରେ ଓଡିଶାରେ କାର୍ୟ୍ୟକାରୀ ହେଉଥିବା ବିଭିନ୍ନ ଦାରିଦ୍ର୍ୟ ଦୂରୀକରଣ ଯୋଜନା ଓ ଅନ୍ୟାନ୍ୟ କାର୍ୟ୍ୟକ୍ରମରେ କେତେ ଟଙ୍କାର ଆର୍ଥିକ ଅନିୟମିତତା ତଥା ଅର୍ଥ ତୋଷାରପାତ ହୋଇଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି ଓ ଏଥିରେ ଯେଉଁମାନେ ସମ୍ପୃକ୍ତ ସେମାନଙ୍କ ନାମ ଦେବା ସହ ସେମାନଙ୍କ ବିରୁଦ୍ଧରେ କେଉଁ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ?
ବିଧାୟିକାଙ୍କ ପ୍ରଶ୍ନର ଲିଖିତ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ବିଗତ ପାଞ୍ଚ ବର୍ଷରେ ଦାରିଦ୍ର୍ୟ ଦୂରୀକରଣ ଯୋଜନା ଜରିଆରେ ପଞ୍ଚାୟତିରାଜ ବିଭାଗରେ ସର୍ବମୋଟ ୯୨୯୯ ମାମଲାରେ ୨୮ କୋଟି ୨୫ ଲକ୍ଷ ୪୩ ହଜାର ଟଙ୍କାର ଦୁର୍ନୀତି ହୋଇଥିବା ନେଇ ସେ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି । ୨୦୨୦-୨୧ ବର୍ଷରେ ୧୦୦୭ଟି ମାମଲାରେ ୯ କୋଟି ୧୩ ଲକ୍ଷ ୨୮ ହଜାର ଟଙ୍କା, ୨୦୨୧-୨୨ ବର୍ଷରେ ୨୮୧୪ଟି ମାମଲାରେ ୪ କୋଟି ୨୮ ଲକ୍ଷ ୧୬ ହଜାର ଟଙ୍କା, ୨୦୨୨-୨୩ ବର୍ଷରେ ୩୮ଟି ମାମଲାରେ ୯ କୋଟି ୧୭ ଲକ୍ଷ ଟଙ୍କା, ୨୦୨୩-୨୪ ବର୍ଷରେ ୩୪୦୨ଟି ମାମଲାରେ ୩ କୋଟି ୮୦ ଲକ୍ଷ ୩୭ ହଜାର ଟଙ୍କା, ୨୦୨୪-୨୫ ବର୍ଷରେ ୨୦୩୮ଟି ମାମଲାରେ ୧ କୋଟି ୮୬ ଲକ୍ଷ ୬୦ ହଜାର ଟଙ୍କାର ଦୁର୍ନୀତି ହୋଇଛି ବୋଲି ଲିଖିତ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ ।
ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍
ଏମ୍କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…




