ପଞ୍ଚାୟତିରାଜ ବିଭାଗର ଉଚ୍ଚସ୍ତରୀୟ ବ୍ୟୟ ସମୀକ୍ଷା ବୈଠକ

ଭୁବନେଶ୍ୱର, ୨୨/୦୧/୨୦୨୬: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଉନ୍ନୟନ ଯୋଜନା ଓ ପ୍ରକଳ୍ପଗୁଡ଼ିକର ସଠିକ୍ କାର୍ଯ୍ୟାନ୍ୱୟନ, ପ୍ରକଳ୍ପ-ଭିତ୍ତିକ ବଜେଟ୍ ବ୍ୟବହାର ଓ ସାମ୍ପ୍ରତିକ ସ୍ଥିତି ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ ବ୍ୟୟ ସମୀକ୍ଷା ବୈଠକ ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।

ଏହି ସମୀକ୍ଷା ବୈଠକରେ ଚଳିତ ଆର୍ଥିକ ବର୍ଷରେ ଅନ୍ତ୍ଯୋଦୟ ଗୃହ ଯୋଜନା, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନା, ସହ ଅନ୍ୟାନ୍ୟ ମୁଖ୍ୟ ଗ୍ରାମୀଣ ଗୃହ ନିର୍ମାଣ ଓ ଗ୍ରାମୀଣ ଜଳ ଯୋଗାଣ ଯୋଜନାର ପ୍ରକଳ୍ପ-ଭିତ୍ତିକ ବଜେଟ୍ ବିନିଯୋଗ ଓ ବ୍ୟୟ ବ୍ୟବହାରକୁ ସବିସ୍ତୃତ ଭାବେ ସମୀକ୍ଷା କରାଯାଇଥିଲା। ଉପସ୍ଥିତ ଅଧିକାରୀମାନେ ପ୍ରକଳ୍ପଗୁଡ଼ିକର ଅଗ୍ରଗତି, ସ୍ଥିତି ଓ ବ୍ୟୟ ସମ୍ପର୍କିତ ସମସ୍ତ ତଥ୍ୟ ମାନ୍ୟବର ମନ୍ତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ।

ଏହି ଅବସରରେ କମିଶନର-ତଥା-ଶାସନ ସଚିବ (ଭା.ପ୍ର.ସେ.) ଶ୍ରୀ ଗିରିଶ ଏସ୍.ଏନ୍ ଯୋଜନାଗୁଡ଼ିକର ତ୍ବରିତ କାର୍ଯ୍ୟାନ୍ୱୟନ ପାଇଁ ରଣନୀତି ଉପସ୍ଥାପନ କରିଥିଲେ। ବୈଠକରେ ମାନ୍ୟବର ମନ୍ତ୍ରୀ ଶ୍ରୀ ନାଏକ ଚଳମାନ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରି ପ୍ରକଳ୍ପ-ଭିତ୍ତିକ ବଜେଟ୍ ବ୍ୟବହାରକୁ ଗୁରୁତ୍ୱ ଦେବା, ସହିତ ସମସ୍ତ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅଧିକାରୀମାନଙ୍କୁ କ୍ଷେତ୍ର ସ୍ତରରେ ଯାଇ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ଯାଞ୍ଚ କରିବା ସହ ଆବଶ୍ୟକତା ଅନୁଯାୟୀ ଅନୁଦାନ ରାଶିର ସର୍ବୋତ୍ତମ ବ୍ୟବହାର ନିମନ୍ତେ ସ୍ପଷ୍ଟ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବାକୁ ଆହ୍ୱାନ କରିଥିଲେ।

ଏହି ବୈଠକରେ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ (ଭା.ପ୍ର.ସେ.) ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଶାସନ ସଚିବ (ଭା.ପ୍ର.ସେ.) ଶ୍ରୀମତୀ ମଧୁସ୍ମିତା ସାମଲ, ସ୍ବତନ୍ତ୍ର ଶାସନ ସଚିବ (ଓ.ପ୍ର.ସେ.) ଶ୍ରୀମତୀ ଶୁଭ୍ରା ମହାନ୍ତି, ସ୍ବତନ୍ତ୍ର ଶାସନ ସଚିବ (ଓ.ପ୍ର.ସେ.) ଶ୍ରୀମତୀ ରାଜଶ୍ରୀ ସିଂ, ବିତ୍ତ ପରାମର୍ଶଦାତା-ତଥା-ସ୍ବତନ୍ତ୍ର ସଚିବ ଶ୍ରୀ ମାନୁନାଥ ସେଠି, ବିତ୍ତ ପରାମର୍ଶଦାତା-ତଥା-ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ରଞ୍ଜିତା ମାହାନ୍ତି, ସର୍ବୋଚ୍ଚ ଯନ୍ତ୍ରୀ ଇଂ. ରତ୍ନାକର ସିଆଳଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ