ପଞ୍ଚାୟତି ରାଜ ଓ ପାନୀୟଜଳ ବିଭାଗର ପୂର୍ବତନ ପ୍ରମୁଖ ଶାସନ ସଚିବଙ୍କୁ ବିଦାୟ ସମ୍ବର୍ଦ୍ଧନା 

ଭୁବନେଶ୍ଵର :ଭୁବନେଶ୍ଵର ସ୍ଥିତ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନର ବଳରାମ ସମ୍ମିଳନୀ କକ୍ଷଠାରେ ଆଜି ପଞ୍ଚାୟତି ରାଜ ଓ ପାନୀୟଜଳ ବିଭାଗର ପୂର୍ବତନ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀଙ୍କୁ ବିଭାଗ ପକ୍ଷରୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ନୂତନ ଭାବେ ପଞ୍ଚାୟତି ରାଜ ଓ ପାନୀୟଜଳ ବିଭାଗର ସଚିବ ତଥା କମିଶନର ଭାବରେ ଦାୟିତ୍ତ୍ୱ ଗ୍ରହଣ କରିଥିବା ଶ୍ରୀ ଗିରୀଶ ଏସଏନଙ୍କ ଆବାହକତ୍ଵରେ ଅନୁଷ୍ଠିତ ଏକ ବୈଠକରେ ଶ୍ରୀ ଲୋହାନୀଙ୍କୁ ଏହି ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା l ଏହି ଅବସରରେ ବିଭାଗର ଅଧିକାରୀ ମାନେ ପଞ୍ଚାୟତି ରାଜ ଓ ପାନୀୟଜଳ ବିଭାଗର ପ୍ରମୁଖ ଶାସନ ସଚିବ ଭାବରେ ଶ୍ରୀ ସୁଶୀଲ କୁମାର ଲୋହାନୀଙ୍କ କାର୍ଯ୍ୟକାଳର ବିଭିନ୍ନ ସ୍ମରଣୀୟ ଦିଗ ବିଷୟରେ ଆଲୋଚନାକରି ତାଙ୍କ ପ୍ରଶାସନିକ ନେତୃତ୍ଵର ଭୂୟୟି ପ୍ରଶଂସା କରିଥିଲେ l ଶ୍ରୀ ଲୋହାନୀ ଯେଭଳି ଭାବରେ ବିଭାଗକୁ ଲୋକଭିମୁଖୀ କରି ପଞ୍ଚୟତିରାଜ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ କାର୍ଯ୍ୟ କରିଥିଲେ ସେଥିପାଇଁ ବିଭାଗ ପକ୍ଷରୁ ତାଙ୍କୁ ସ୍ମୃତିଫଳକ ସହ କୃତଜ୍ଞତା ଜ୍ଞାପନ କରାଯାଇଥିଲା l ଉକ୍ତ ବିଦାୟୀ ସଭାକୁ ସମ୍ବୋଧିତ କରି ଶ୍ରୀ ଲୋହାନୀ ଲୋକଙ୍କ ସମସ୍ୟା ସମାଧାନକୁ କେନ୍ଦ୍ରରେ ରଖି ସମସ୍ତ କାର୍ଯ୍ୟ ସମ୍ପାଦନ କରିବାକୁ ପ୍ରେରିତ କରିବାସହ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ l ଏହି ଅବସରରେ ଶ୍ରୀ ଭିନିତ ଭାରଦ୍ଵାଜ, ନିର୍ଦ୍ଦେଶକ, ପାନୀୟଜଳ, ଶ୍ରୀ ଜ୍ୟୋତିରଞ୍ଜନ ଦାସ, ନିର୍ଦ୍ଦେଶକ, ସ୍ୱତନ୍ତ୍ର ପ୍ରକଳ୍ପ, ଡ଼ ମହେଶ୍ୱର ସ୍ଵାଇଁ, ନିର୍ଦ୍ଦେଶକ, ପଞ୍ଚାୟତିରାଜ, ସ୍ଵତନ୍ତ୍ର ସଚିବ ଶ୍ରୀମତୀ ସ୍ଵୟଂପ୍ରଭା ମହାନ୍ତି ଓ ଅନ୍ୟ ସମସ୍ତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ l

ସୂଚନା ଯୋଗ୍ୟଯେ ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ ଶ୍ରୀ ଲୋହାନୀ ଭାରତ ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରାଳୟରେ ଅତିରିକ୍ତ ଶାସନ ସଚିବ ରୂପେ ଯୋଗ ଦେବେ l

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ