ପଞ୍ଚାୟତ ନିର୍ବାଚନ: ତିନି ଦଳର ଜୋରଦାର୍‌ କସରତ

ଭୁବନେଶ୍ୱର,: ଆଗକୁ ଆସୁଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ଏ ନେଇ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ସବୁ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି । ପଞ୍ଚାୟତ ନିର୍ବାଚନରେ ବାଜିମାତ୍‌ କରିବାକୁ ଶାସକ ବିଜେପିଠୁ ଆରମ୍ଭ କରି ମୁଖ୍ୟ ବିରୋଧୀ ଦଳ ବିଜେଡି ଓ ଜାତୀୟ ଦଳ କଂଗ୍ରେସ ଜୋରଦାର କସରତ ଆରମ୍ଭ କରିଛନ୍ତି । ଯେମିତି ହେଉ ନିର୍ବାଚନ ଜିତିବାକୁ ଏବେଠୁ ରଣନୀତି ପ୍ରସ୍ତୁତ କରିବାରେ ମାତିଲେଣି । କିଏ ଶୋଭାଯାତ୍ରା କଲାଣି ତ କିଏ ସମାବେଶ । କେଉଁ ଦଳ ଅଧିକ ପଞ୍ଚାୟତ ଦଖଲ କରିବ, ସେ ନେଇ ପ୍ରତିଦିନ ଘନ ଘନ ବୈଠକ କରିବା ସହିତ ତର୍ଜମା ଆରମ୍ଭ କଲେଣି । ଦଳୀୟ କାର୍ଯ୍ୟାଳୟଗୁଡ଼ିକରେ ଏବେଠୁ ଗହଳି ଦେଖିବାକୁ ମିଳିଲାଣି ।

ଦ୍ୱିତୀୟ ଥର ବିଜେପି ରାଜ୍ୟ ପ୍ରଭାରୀ ଭାବେ ନିଯୁକ୍ତ ହୋଇଥିବା ଡି.ପୁରନ୍ଦେଶ୍ୱରୀ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟଗଣ ଓ ଦଳର କର୍ମୀମାନଙ୍କୁ ଭେଟିଛନ୍ତି । ଦଳକୁ ଆଗକୁ କେମିତି ମଜଭୁତ କରାଯିବ ସେ ନେଇ ଆଲୋଚନା ହୋଇଥିବା ସୂଚନା ଦେଇଛନ୍ତି । ତାଙ୍କ ଗସ୍ତ ବେଳେ ରାଜ୍ୟ ବିଜେପି ପଞ୍ଚାୟତ ନିର୍ବାଚନ ଜିତିବାକୁ ଖସଡ଼ା ପ୍ରସ୍ତୁତ କରିଥିବା ଜଣାପଡ଼ିଛି । ବର୍ତ୍ତମାନ ଦଳର ନେତାଙ୍କ ମନୋଭାବ କିପରି ରହିଛି ତା’ ଉପରେ ପ୍ରଭାରୀ ଆଲୋଚନା କରିଥିବା କହିଛନ୍ତି । ଦଳ କେମିତି ଆଗକୁ ଯିବ ତା ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଥିବା ପୁରନ୍ଦେଶ୍ୱରୀ କହିଛନ୍ତି ।

ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ କହିଛନ୍ତି ଯେ ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡି ସବୁବେଳେ ପ୍ରସ୍ତୁତ । କାରଣ ଆମ ଦଳ ସବୁବେଳେ ଗ୍ରାଉଣ୍ଡରେ ରହେ । ଲୋକଙ୍କ ସେବାରେ ଆମେ ଅଛୁ । ପଞ୍ଚାୟତ ନିର୍ବାଚନ ଆସିଲେ ସବୁ ସ୍ପଷ୍ଟ ହେବ । ବିଜେପିର ପ୍ରଭାରୀ ବୈଠକରେ ସହଜ ସ୍ଥିତି ନ ଥିବା କହିଛନ୍ତି ଶ୍ରୀ ଦାସ । ବିଜେପି ନିଜେ ଆତଙ୍କିତ ଅଛି । ଜେନ୍‌-ଜି କାହା ସପକ୍ଷରେ ଅଛନ୍ତି ବିଜେପିକୁ ବୁଝେଇବାକୁ ପଡ଼ିବନି । ଜେନ୍‌-ଜିଙ୍କୁ ମନେଇବା ଚେଷ୍ଟା କାମ ଦେବନି ବୋଲି ସେ କହିଛନ୍ତି ।
ଅପରପକ୍ଷେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କହିଛନ୍ତି, ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସ ସମ୍ପୂର୍ଣ୍ଣ ପ୍ରସ୍ତୁତ । ସବୁ ରାଜନୈତିକ ଦଳ ନିଜ ନିଜ କାମ କରୁଛନ୍ତି । ବିଜେପି ତଳକୁ ଖସୁଛି । ଅଢେଇ ବର୍ଷ ଭିତରେ କିଛି କାମ କରିନାହାନ୍ତି । ତାଙ୍କ ପରିସ୍ଥିତି ଭଲ ନାହିଁ । ବିଜେଡି ଏବେ ନିର୍ବାଚନ ଲଢ଼ିବା ପରିସ୍ଥିତିରେ ନାହିଁ । ଲୋକେ ତାଙ୍କୁ ଚାହୁଁନାହାନ୍ତି । ଏପଟେ ରାଜ୍ୟରେ କଂଗ୍ରେସର ଗ୍ରହଣୀୟତା ବଢିଛି । ଦଳର ସବୁ କାର୍ଯ୍ୟକ୍ରମରେ ହଜାର ହଜାର ଲୋକ ଆସୁଛନ୍ତି । ବର୍ତ୍ତମାନ ସବୁ ପ୍ରସଙ୍ଗରେ କଂଗ୍ରେସ ଲୋକଙ୍କ ସ୍ୱର ପାଲଟିଛି । ଆସନ୍ତା ପଞ୍ଚୟତ ନିର୍ବାଚନରେ କଂଗ୍ରେସ ହିଁ ଜିତିବ । ଡବଲ ଇଞ୍ଜିନ ବିରୋଧରେ ଜେନ୍‌ ଜି ଲଢେଇ କରୁଛନ୍ତି । ରାହୁଲ ଗାନ୍ଧୀଙ୍କ ସହ ଜେନ୍‌ ଜି ଅଛନ୍ତି । ନିର୍ବାଚନରେ ଏମ୍‌ଏମ୍‌ଡିଆର୍‌ ଆଇନ ପ୍ରତ୍ୟାହାରକୁ ନେଇ ମୁଖ୍ୟ ପ୍ରସଙ୍ଗ କରାଯିବ ବୋଲି ଜୟଦେବ କହିଛନ୍ତି ।

  • Related Posts

    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading
    ଛାତ୍ର ସଂସଦ ନିର୍ବାଚନ; ଦ୍ୱନ୍ଦ୍ୱ ବି ଛିଡୁନି

    ଭୁବନେଶ୍ୱର: ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ହେଉ ବୋଲି ଦାବି କରିଆସୁଥିଲା। ୨୦୨୪ରୁ ଭାଜପା ଓଡ଼ିଶାରେ ଶାସନକୁ ଆସିଛି। ଏହାରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ