ପଞ୍ଚାୟତ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କ’ଣ ଜାଣନ୍ତୁ

ଅନ୍ତ୍ୟୋଦୟ ଗୃହ ଯୋଜନା : ଆଉ ଦିବର୍ଷ ବଢ଼ିଲା
ନିର୍ମାଣ ହେବ ୨.୯୧ ଲକ୍ଷ ଘର
ବଢ଼ିଲା ପ୍ରୋତ୍ସାହନ ରାଶି
ପୂରଣ ହେବ ସମସ୍ତଙ୍କ ଘର ଯୋଜନାର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫ ।୧୦ : ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୨,୯୧,୬୬୬ ନୂଆ ଘର ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଏହାସହିତ ଏହି ଯୋଜନାର କାର୍ଯ୍ୟକାଳ ମଧ୍ୟ ୨ ବର୍ଷ ବୃଦ୍ଧି ପାଇଛି । ୨୦୨୭ ପରିବର୍ତ୍ତେ ୨୦୨୯ ପର୍ଯ୍ୟନ୍ତ ଏହାର ଅବଧି ବୃଦ୍ଧି କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ସମସ୍ତଙ୍କ ପାଇଁ ଘର ଯୋଗାଇ ଦେବାର ଲକ୍ଷ୍ୟ ଖୁବ୍‌ ଶୀଘ୍ର ହାସଲ କରାଯିବ ।

ସୂଚନାଯୋଗ୍ୟଯେ, ଏହି ଯୋଜନାର ସମୁଦାୟ ପ୍ରକଳ୍ପ ଖର୍ଚ୍ଚ ୭,୫୫୦ କୋଟି ଟଙ୍କା ପୂର୍ବ ପରି ଅପରିବର୍ତ୍ତିତ ରହିବ । ତେବେ ଏହି ପ୍ରକଳ୍ପର ୩,୫୦୦ କୋଟି ଟଙ୍କା ରିପେୟାରିଙ୍ଗ୍‌ କମ୍ପୋନେଣ୍ଟକୁ ନୂଆ ଘର ନିର୍ମାଣ ପାଇଁ ନିଷ୍ପତ୍ତି କରାଯାଇଛି ।

ଏହି ଯୋଜନାରେ ଯେଉଁ ହିତାଧିକାରୀମାନେ ୪୮, ୫୦୦ ଟଙ୍କା କିମ୍ବା ତା’ଠାରୁ କମ ପାଇଥିବେ ଏବଂ ଅନ୍ୟ ଯୋଗ୍ୟ ହିତାଧିକାରୀ ଏଥିରେ ସାମିଲ ହେବେ । ଏଥିପାଇଁ ନୂଆ ହିତାଧିକାରୀ ଚିହ୍ନଟ କରିବା ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ଶୀଘ୍ର ସର୍ଭେ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଏହି ଯୋଜନାରେ ପୂର୍ବ ନିର୍ଦ୍ଧାରିତ ପ୍ରୋତ୍ସାହନ ରାଶି ପରିମାଣରେ ମଧ୍ୟ ବୃଦ୍ଧି କରାଯାଇଛି । ପୂର୍ବରୁ ୪ ମାସରେ ଘର ଶେଷ କରୁଥିବା ହିତାଧିକାରୀଙ୍କୁ ୨୦ ହଜାର ଟଙ୍କା ମିଳୁଥିବା ବେଳେ ଏବେ ୫ ମାସରେ ଘର ଶେଷ କଲେ ୩୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ମିଳିବ । ସେହିପରି ୬ ମାସରେ ଘର ଶେଷ କରୁଥିବା ହିତାଧିକାରୀଙ୍କୁ ୧୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ମିଳୁଥିବା ବେଳେ ଏବେ ୭ ମାସରେ ଘର ଶେଷ କଲେ ୨୦ ହଜାର ଟଙ୍କା ମିଳିବ ।

ଏହାଦ୍ୱାରା ଆହୁରି ଅଧିକ ବ୍ୟକ୍ତି ଏହି ଯୋଜନାର ଲାଭ ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଯୋଜନାରେ ୫ ଲକ୍ଷ ପରିବାରଙ୍କ ପାଇଁ ଘର ନିର୍ମାଣ କରିବାର ଲକ୍ଷ୍ୟ ରହିଥିଲା । ମୁଖ୍ୟତଃ ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇନଥିବେ ତଥା ଗରିବ ଓ ଅସହାୟ ଥିବେ, ସେହିମାନଙ୍କ ପାଇଁ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି ।

  • Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ : ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ

    ଭୁବନେଶ୍ବର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ବଚ୍ଛ ,ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟ ନେଇ ଅକ୍ଟୋବର ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ ହେବ। ଏସଆଇଆରରେ ନାଁ କଟିଥିଲେ…

    Continue reading
    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି