ପଞ୍ଚାୟତ ପ୍ରତିନିଧିଙ୍କ ମୃତ୍ୟୁ କ୍ଷେତ୍ରରେ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ୟ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ୟ୍ୟରତ ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତିଙ୍କ ପର୍ୟ୍ୟନ୍ତ ସମସ୍ତେ ଏଥିରେ ଅନ୍ତର୍ଭୁକ୍ତ ହେବେ। ପଞ୍ଚାୟତ ପ୍ରତିନିଧି ମାନଙ୍କ କାର୍ୟ୍ୟଅବଧି ସମୟରେ କୌଣସି କାରଣରୁ ମୃତ୍ୟୁ ଘଟିଲେ ତାଙ୍କର ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଅନୁ କମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ, ସେହିଭଳି ଉଭୟ ଆଖି, ହାତ କିମ୍ବା ଗୋଡ ନଷ୍ଟ ହେଲେ ସମ୍ପୃକ୍ତ ପଞ୍ଚାୟତ ପ୍ରତିନିଧିଙ୍କୁ ୨ ଲକ୍ଷ ଟଙ୍କା ଏବଂ ଯଦି ଗୋଟିଏ ଆଖି କିମ୍ବା ଗୋଟିଏ ହାତ କିମ୍ବା ଗୋଡ ନଷ୍ଟ ହୁଏ ତେବେ ତାଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ।
ସାମ୍ବିଧାନିକ ବ୍ୟବସ୍ଥାରେ ପଞ୍ଚାୟତ ପ୍ରତିନିଧି ମାନେ ହେଉଛନ୍ତି ତୃଣମୂଳ ସ୍ତରରେ ନିର୍ବାଚିତ ପ୍ରତିନିଧି। ସେମାନେ ସିଧାସଳଖ ଲୋକଙ୍କ ସହ ଯୋଡିହୋଇ ରହିଥାନ୍ତି। ଲୋକଙ୍କ ସୁବିଧା ଅସୁବିଧାରେ ସେମାନଙ୍କୁ ସହାୟତା କରନ୍ତି। ଗ୍ରାମାଞ୍ଚଳ ବିକାଶରେ ସେମାନଙ୍କର ମହତ୍ୱପୂର୍ଣ୍ଣ ଅବଦାନ ରହିଥାଏ। କିନ୍ତୁ, ସେମାନଙ୍କ କ୍ଷେତ୍ରରେ କୌଣସି ଦୁର୍ଘଟଣା ଘଟିଲେ ସେମାନେ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶି ପ୍ରଦାନ ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

  • Garvita Odia

    Related Posts

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପିକାଙ୍କ ପାଇଁ ପୂର୍ବ କଟକଣା ପ୍ରତ୍ୟାହାର କଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। ଘଣ୍ଟାଏରେ ବଦଳିଗଲା ନୋଟିସ। ସାଢ଼େ ୫ଟା ପରେ ବି କ୍ୟାମ୍ପସରେ ରହିପାରିବେ ଛାତ୍ରୀ ଓ ମହିଳା କର୍ମଚାରୀ। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ…

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ…

    Leave a Reply

    Your email address will not be published. Required fields are marked *

    You Missed

    ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

    ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ  ଚିଠି

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌