ପଥର ଛେଚି ଯୁବକଙ୍କୁ ହତ୍ୟା

ପୁରୀ : ପୁରୀରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଥିବାର ଖବର ମିଳିଛି। ଶ୍ରୀସେତୁ ତଳେ ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ମୃତକ ପୁରୀ ସଦର ଥାନା ଅନ୍ତର୍ଗତ ଖଣ୍ଡିଆବନ୍ଧ ଗାଁର ସୁଦର୍ଶନ ସାହୁ। ତାଙ୍କ ବୟସ ୪୩ ବର୍ଷ ବୋଲି କୁହାଯାଉଛି।
ଶ୍ରୀସେତୁ ନିକଟରେ ଗତକାଲି ରାତିରେ ତାଙ୍କୁ ପଥରରେ ଛେଚି ନିର୍ମମ ହତ୍ୟା କରାଯାଇଛି। ଟାଉନଥାନା ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ପୁରୀ ସଦର ଡାକ୍ତରଖାନାକୁ ପଠାଇଛି। ଏନେଇ ଅଧିକ ତଦନ୍ତ ଜାରି ରଖିଛି ପୁଲିସ। ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରୁଛି ପୁଲିସ। ତେବେ ବର୍ତ୍ତମାନ ସୁଦ୍ଧା ଅଭିଯୁକ୍ତ ଫେରାର ରହିଛି।

  • Garvita Odia

    Related Posts

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ

    କେନ୍ଦୁଝର: ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ମେଲାଣ ରଙ୍ଗମାଟିଆ ସାହିରେ ଅଘଟଣ । ପୁଅର ଟାଙ୍ଗିଆ ଚୋଟରେ ମାଆର ମୃତ୍ୟୁ ହୋଇଛି । ମୃତକ ହେଲେ ଗ୍ରାମର ରିଣ୍ଡି ସୋରେନ । ମହିଳାଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ