ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର ଅସୁସ୍ଥ

ଭୁବନେଶ୍ୱର: ବିଶିଷ୍ଟ ଚିକିତ୍ସକ ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର ଅସୁସ୍ଥ । କିଛିଦିନ ତଳେ ସେ ମସ୍ତିଷ୍କ ଯନ୍ତ୍ରଣାରେ ଅସୁସ୍ଥ ହୋଇ ସମ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ । ଅଧିକ ଉନ୍ନତ ଚିକିତ୍ସା ଲାଗି ତାଙ୍କୁ ନୂଆଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି । ସ୍ଥାନାନ୍ତରଣ ବେଳେ ତାଙ୍କର ସହିତ ଏକ ଡାକ୍ତରୀ ବିଶେଷଜ୍ଞ ଦଳ ପଠାଯାଇଛି । ଏଥିସହିତ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆର) ବରିଷ୍ଠ ଅଧିକାରୀ ଓ ପରିବାର ବର୍ଗ ଉପସ୍ଥିତ ରହି ଡା. ମହାପାତ୍ରଙ୍କ ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ସହିତ ଅଧିକ ପରାମର୍ଶ କରିଛନ୍ତି ।
ଯୋଡ଼ା ମୁଣ୍ଡ ଶିଶୁ ଜଗା-ବଳିଆଙ୍କ ଅସ୍ତ୍ରୋପଚାର ପାଇଁ ଚର୍ଚ୍ଚିତ ଡା. ମହାପାତ୍ରଙ୍କୁ ଭାରତ ସରକାର ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଛନ୍ତି । ଡା. ମହାପାତ୍ର ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ)ର ପୂର୍ବତନ କୁଳପତି ତଥା ବର୍ତ୍ତମାନ ପ୍ରିନ୍ସିପାଲ୍ ଆଡ୍‌ଭାଇଜର ରହିଛନ୍ତି । ପୂର୍ବରୁ ସେ ଏମ୍‌ସର ନିର୍ଦ୍ଦେଶକ ରହିବା ସହ ନୂଆଦିଲ୍ଲୀ ଏବଂ ଭୁବନେଶ୍ୱରରେ ଦକ୍ଷତାର ସହ ଦାୟିତ୍ୱ ତୁଲାଇ ଉଦାହରଣ ସୃଷ୍ଟି କରିଛନ୍ତି । ଏଯାବତ୍ ନିୟମିତ ରୋଗୀଙ୍କ ଚିକିତ୍ସା ସହ ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ଅନୁଷ୍ଠାନ ସହ ଜଡ଼ିତ ରହିଛନ୍ତି । ବିଭିନ୍ନ ଉପାଦେୟ ମୂଳକ ପୁସ୍ତକ ରଚନା ସାଙ୍ଗକୁ ଚିକିତ୍ସା ଓ ଆଧ୍ୟାତ୍ମିକତାର ଅପୂର୍ବ ସଂଯୋଗ ତଥା ସମନ୍ୱୟ ବିଷୟରେ ସର୍ବଦା ସମସ୍ତଙ୍କୁ ଅବଗତ କରିଆସୁଛନ୍ତି । ଆଜି ତାଙ୍କ ଅସୁସ୍ଥ ଖବର ପାଇ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆରୋଗ୍ୟ କାମନା ପୂର୍ବକ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରାଯାଇଛି ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ