ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ କରାଯାଇଛି । କେନ୍ଦ୍ର ନବୀନ ଓ ନବୀକରଣୀୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ଠାରୁ ଗ୍ରୀଡକୋର ପରିଚାଳନା ନିର୍ଦ୍ଦେଶକ ଡଃ ସତ୍ୟପ୍ରିୟ ରଥ ଏହି ପୁରସ୍କାର ଗ୍ରହଣ କରିଛନ୍ତି ।
ଓଡ଼ିଶାରେ ସ୍ୱଚ୍ଛ ଶକ୍ତିର ବିକାଶ, ପୁଞ୍ଜିନିବେଶ ଆକୃଷ୍ଟ କରିବା ଏବଂ ପବନ ଶକ୍ତିର ଅପାର ସମ୍ଭାବନାକୁ ବାସ୍ତବ ପ୍ରକଳ୍ପରେ ପରିଣତ କରିବା ଦିଗରେ ରାଜ୍ୟର ପ୍ରୟାସକୁ ଏହି ସମ୍ମାନ ସ୍ୱୀକୃତି ଦେଇଛି । ଏହି ଅବସରରେ ‘ଓଡ଼ିଶା: ଇଣ୍ଡିଆଜ୍ ନେକ୍ସଟ୍ ୱିଣ୍ଡ ଡେଷ୍ଟିନେସନ୍’ ଶୀର୍ଷକ ସ୍ୱତନ୍ତ୍ର ଅଧିବେଶନରେ ପବନ ଶକ୍ତିର ସମ୍ଭାବନା, ଜମି ଚିହ୍ନଟ, ଗ୍ରୀଡ୍ ସଂଯୋଗୀକରଣ ଓ ନିବେଶ ଅନୁକୂଳ ନୀତି ଉପରେ ଆଲୋଚନା ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି ସଫଳତାରେ ଖୁସି ବ୍ୟକ୍ତ କରିଛନ୍ତି ।
ଓଡ଼ିଶାର ସ୍ୱଚ୍ଛ ଶକ୍ତି ଅଭିଯାନ ଓ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ବିପୁଳ ସଫଳତା ସ୍ୱରୂପ ଚେନ୍ନାଇରେ ଆୟୋଜିତ ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ (Windergy India 2026) ସମ୍ମିଳନୀରେ ସମ୍ମାନଜନକ “ୱିଣ୍ଡ ଇଣ୍ଡିଆ ୨୦୨୬: ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ” (Leadership in Wind Energy De-risking) ପୁରସ୍କାରରେ ସମ୍ମାନିତ କରାଯାଇଛି । ଗ୍ରୀଡକୋର ପରିଚାଳନା ନିର୍ଦ୍ଦେଶକ ଡଃ ସତ୍ୟପ୍ରିୟ ରଥ, କେନ୍ଦ୍ର ନୂତନ ଏବଂ ନବୀକରଣୀୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କଠାରୁ ବିଶିଷ୍ଟ ଶିଳ୍ପପତି ଓ ସରକାରୀ ପଦାଧିକାରୀଙ୍କ ଉପସ୍ଥିତିରେ ଏହି ପୁରସ୍କାର ଗ୍ରହଣ କରିଛନ୍ତି ।

ଏହି ସଫଳତା ପାଇଁ ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଖୁସି ବ୍ୟକ୍ତ କରିବା ସହ କହିଛନ୍ତି ଯେ,ଏହି ସମ୍ମାନ ଓଡ଼ିଶା ଅକ୍ଷୟ ଶକ୍ତି ନୀତି ଅଧୀନରେ ରାଜ୍ୟରେ ସ୍ୱଚ୍ଛ ଶକ୍ତି ରୂପାନ୍ତରଣକୁ ତ୍ୱରାନ୍ୱିତ କରିବା, ପୁଞ୍ଜିନିବେଶ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାରଙ୍କ ଦୃଢ଼ ସଂକଳ୍ପକୁ ପ୍ରତିଫଳିତ କରୁଛି ।ୱିଣ୍ଡର୍ଜି ଇଣ୍ଡିଆ ୨୦୨୬ ଅବସରରେ ଓଡ଼ିଶାର ପବନ ଶକ୍ତିର ବିପୁଳ ସମ୍ଭାବନାକୁ ବିଶ୍ୱ ଓ ଦେଶର ନିବେଶକମାନଙ୍କ ଆଗରେ ଉପସ୍ଥାପନ କରିବା ପାଇଁ “ଓଡ଼ିଶା: ଇଣ୍ଡିଆଜ୍ ନେକ୍ସଟ୍ ୱିଣ୍ଡ ଡେଷ୍ଟିନେସନ୍” ଶୀର୍ଷକ ଏକ ସ୍ୱତନ୍ତ୍ର ରାଜ୍ୟ ଅଧିବେଶନ ଆୟୋଜିତ ହୋଇଥିଲା । ଏହି ଅଧିବେଶନରେ ଡଃ ସତ୍ୟପ୍ରିୟ ରଥ ଓଡ଼ିଶାର ପବନ ଶକ୍ତିର କ୍ଷମତା ଏବଂ ଏହାକୁ ସଫଳ ପ୍ରକଳ୍ପରେ ରୂପାନ୍ତରିତ କରିବା ପାଇଁ ଆବଶ୍ୟକ ନୀତିଗତ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ ।”ସମ୍ଭାବନାରୁ ପୁଞ୍ଜିନିବେଶ” ପ୍ରସଙ୍ଗ ଉପରେ ଆଧାରିତ ଏହି ଆଲୋଚନାରେ ପବନ ଶକ୍ତିର ଆକଳନ, ଜମି ଓ ସାଇଟ୍ ପ୍ରସ୍ତୁତି, ଗ୍ରୀଡ ସଂଯୋଗୀକରଣ, ଟରବାଇନ୍ ପରିବହନ ଏବଂ ସୁଦୃଢ଼ ନୀତିଗତ ସ୍ଥାୟିତ୍ୱ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ଏହି ବିଶେଷ ସମ୍ମାନ ଓ ଶିଳ୍ପପତିମାନଙ୍କର ଉତ୍ସାହଜନକ ଭାଗିଦାରୀ ଓଡ଼ିଶାକୁ ଦେଶର ଅନ୍ୟତମ ଅଗ୍ରଣୀ ଅକ୍ଷୟ ଶକ୍ତି ନିବେଶ ଗନ୍ତବ୍ୟସ୍ଥଳ ଭାବେ ପ୍ରତିଷ୍ଠିତ କରିଛି ।

  • Related Posts

    ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଆକ୍ସନ୍ ମୋଡ୍‌ରେ ଇଡି

    ବାଙ୍କୀ: ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆକ୍ସନ୍ ମୋଡ୍‌ରେ ଆସିଛି ଇଡି । ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ କଳାପଥରସ୍ଥିତ ପୈତୃକ ଘର ସମେତ ଶଙ୍କର ପୃଷ୍ଟି ଓ ସୁରେଶ ନାୟକଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନର୍ଦ୍ଦେଶାଳୟ…

    Continue reading
    +୨ ପରୀକ୍ଷା: ବଢ଼ିଲା ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ଅନଲାଇନ୍ ଫର୍ମ ଫିଲ୍‌ଅପ୍ ଅବଧି

    ଭୁବନେଶ୍ବର: ଓଡ଼ିଶା, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE), ବାର୍ଷିକ ଯୁକ୍ତ ଦୁଇ (+2) 2027 ପରୀକ୍ଷା ପାଇଁ ଏକ୍ସ-ରେଗୁଲାର (Ex-Regula) ପରୀକ୍ଷାର୍ଥୀଙ୍କ ଅନଲାଇନ୍ ଫର୍ମ ପୂରଣର ଶେଷ ତାରିଖକୁ ବୃଦ୍ଧି କରିଛି । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ