ପରଲୋକରେ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ  ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି । ତାଙ୍କ ପରଲୋକ ଓଡ଼ିଶା ସିନେମା ଜଗତ ତଥା ଓଡ଼ିଆ ସଙ୍ଗୀତ ଦୁନିଆ ପାଇଁ ଏକ ଅପୂରଣୀୟ କ୍ଷତି ।ପ୍ରଣବ ପଟ୍ଟନାୟକ ଓଡ଼ିଆ ସଙ୍ଗୀତ ଜଗତର ଜଣେ ଅତ୍ୟନ୍ତ ପରିଚିତ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ଥିଲେ। ଦୀର୍ଘ ବର୍ଷର ସଙ୍ଗୀତ ଯାତ୍ରାରେ ସେ ଅନେକ ଲୋକପ୍ରିୟ ଓ ହିଟ୍ ଓଡ଼ିଆ ଗୀତ ଗାଇ ଶ୍ରୋତାଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି।ତାଙ୍କ ସୁମଧୁର କଣ୍ଠ ଓ ସଙ୍ଗୀତ ପ୍ରତିଭା ଓଡ଼ିଆ ସଙ୍ଗୀତକୁ ଏକ ଭିନ୍ନ ପରିଚୟ ଦେଇଥିଲା। ତାଙ୍କ ଗୀତ ଆଜି ବି ଅନେକ ସଙ୍ଗୀତପ୍ରେମୀଙ୍କ ମନରେ ଅମର ହୋଇ ରହିଛି।ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଅପୂରଣୀୟ ଶୂନ୍ୟତା ସୃଷ୍ଟି ହୋଇଛି। ତାଙ୍କ ପରଲୋକ ଖବର ପ୍ରକାଶ ପାଇବା ପରେ ସଙ୍ଗୀତପ୍ରେମୀ, କଳାକାର ଓ ଶୁଭେଚ୍ଛୁମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି।

ସେ ୨ଶହରୁ ଅଧିକ ସଂଗୀତରେ କଣ୍ଠଦାନ କରିଛନ୍ତି । ୧୯୩୮ ଜାନୁଆରୀ ୨୦ରେ ପ୍ରଣବ ଜନ୍ମଗ୍ରହଣ କରିଥିଲେ। ୧୯୫୮ ‘ମା’ ଚଳଚ୍ଚିତ୍ରରେ ସେ ପ୍ରଥମେ କଣ୍ଠଦାନ କରି ନିଜର କ୍ୟାରିୟର ଆରମ୍ଭ କରିଥିଲେ। ଓଡ଼ିଶୀ, ଭଜନ, ପାରମ୍ପରିକ ଲୋକଗୀତ ଗାଇବାରେ ପ୍ରଣବଙ୍କର ଭିନ୍ନ ଏକ ପରିଚୟ ଥିଲା। ନିଜ କଣ୍ଠସ୍ବରରେ ସେ ଶ୍ରୋତାଙ୍କୁ ବାନ୍ଧି ରଖିପାରୁଥିଲେ। ୨୦୧୬ରେ ସେ ‘ଜୟଦେବ ସମ୍ମାନ’ରେ ସମ୍ମାନିତ ହୋଇଥିଲେ। ତାଙ୍କ ପରଲୋକରେ ଓଡ଼ିଶା ସଂଗୀତ ଜଗତରୁ ଜଣେ ଧ୍ରୁବତାରା ବିଦାୟ ନେଇଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ସେ ବାଳକୃଷ୍ଣ ଦାସ, ଉପେନ୍ଦ୍ର କୁମାର, ଅକ୍ଷୟ ମହାନ୍ତି, ଶାନ୍ତନୁ ମହାପାତ୍ର, ପ୍ରଫୁଲ୍ଲ କର, ଭୁବନେଶ୍ୱର ମିଶ୍ର, ବାସୁଦେବ ରଥ ଏବଂ ସ୍ୱରୂପ ନାୟକଙ୍କ ଭଳି ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକଙ୍କ ସ୍ୱର ସଂଯୋଜନାରେ କଣ୍ଠଦାନ କରିବାର ସୁଯୋଗ ପାଇଥିଲେ ଜ୍ଝ ସେ ଏକାଧିକବାର ଶ୍ରେଷ୍ଠ ପ୍ରଛଦପଟ୍ଟ ଗାୟକ ଭାବେ ରାଜ୍ୟ ଚଳଚିତ୍ର ପୁରସ୍କାର ଲାଭ କରିଥିଲେ ଜ୍ଝ ଏତଦ୍ବ୍ୟତୀତ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ସର୍ବୋଚ୍ଚ ଚଳଚିତ୍ର ସମ୍ମାନ ଜୟଦେବ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ ଜ୍ଝ ତାଙ୍କ ବିୟୋଗରେ ଓଡ଼ିଆ ସଂଗୀତପ୍ରେମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ଜ୍ଝ

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ