ପରଲୋକରେ ଶଙ୍କର ପରିଡ଼ା

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଶଙ୍କର ପରିଡ଼ାଙ୍କ ପରଲୋକ । ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲଲୋକ ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଅତୀତରେ ସେ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷଭାବେ କାର୍ଯ୍ୟ କରୁଥିଲେ । ସେ ଏକାଧାରରେ ଥିଲେ ଜଣେ କବି, ନେତା, ସ୍ତମ୍ଭକାର ଓ ସମାଜସେବୀ । ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ପୂର୍ବରୁ କର୍କଟ ରୋଗରେ ପୀଡ଼ିତ ହୋଇ ସେ ମୁମ୍ବାଇରେ ଚିକିତ୍ସିତ ହୋଇ ଫେରିଥିଲେ। ଏବେ ପୁଣି ତାଙ୍କର ସ୍ଵାସ୍ଥ୍ୟାବସ୍ଥା ଖରାପ ହେବାରୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଏବଂ ପରେ ତାଙ୍କୁ ଭୁବନେଶ୍ବର ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା। ଆଜି ଶଙ୍କରଙ୍କ ଦେହାନ୍ତ ହୋଇଥିବା ନେଇ ତାଙ୍କ ଝିଅ ଫେସବୁକରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ଏହି ଖବର ପରେ ସାହିତ୍ୟିକ, ରାଜନେତା ଓ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

  • Related Posts

    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading
    ଗୁଳୁଗୁଳି; ୪୦ ଡିଗ୍ରୀ ଡେଇଁଲା ତାପମାତ୍ରା

    ଭୁବନେଶ୍ୱର: ଦିନରେ ଗରମ, ରାତିରେ ଝଡବର୍ଷା। ରାଜ୍ୟରେ ଜାରି ରହିଛି ଖରା ତାତି ସାଙ୍ଗକୁ ଝଡ଼ବର୍ଷା ପ୍ରଭାବ। ଅପରାହ୍ଣରେ ବଦଳି ଯାଉଛି ପାଗ। ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ଝଡ଼ବର୍ଷା ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ