ପରଲୋକରେ ସୁଶାନ୍ତ ସିଂହ: ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ବର: ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ବିଜେଡି ସରକାରର ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଅସୁସ୍ଥତା ପାଇଁ ଦୀର୍ଘଦିନ ଧରି ସେ ଚିକିତ୍ସିତ ହେଉଥିଲେ । ଆଜି ୫୩ ବର୍ଷ ବୟସରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି ।
ସୁଶାନ୍ତ ସିଂହଙ୍କ ବିୟୋଗରେ ଦୁଃଖପ୍ରକାଶ କରିଛନ୍ତି ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ Xରେ ଲେଖିଛନ୍ତି, “ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ସୁଶାନ୍ତ ସିଂହଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ବିୟୋଗରେ ଦଳ ଜଣେ ଦକ୍ଷ ସଙ୍ଗଠକ ତଥା ଲୋକପ୍ରିୟ ନେତାଙ୍କୁ ହରାଇଲା । ବିଜୁ ଜନତା ଦଳକୁ ମଜବୁତ କରିବା ସହ ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି ।”
୧୭ ମାର୍ଚ୍ଚ ୧୯୭୩ରେ ଜନ୍ମଗ୍ରହଣ କରିଥିବା ସୁଶାନ୍ତ ସିଂହ, ବିଜେଡିର ଜଣେ ବରିଷ୍ଠ ନେତା ଥିଲେ । ୨୦୦୯, ୨୦୧୪ ଓ ୨୦୧୯ ମସିହା ଲଗାତର ତିନି ଥର ସେ ବିଧାୟକ ଥିଲେ । ୨୦୧୭ ମସିହାରୁ ୨୦୨୨ ଯାଏଁ, ସେ ଓଡ଼ିଶା ବିଧାନସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ନବୀନ ପଟ୍ଟନାୟକଙ୍କ ସରକାରରେ ଶ୍ରମମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

୨୦୨୪ ମସିହାରେ ବିଧାନସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ଭଟଲୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ନିର୍ବାଚନରେ, ସେ ସମୁଦାୟ ୭୯,୭୧୬ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଇରାଶିଷ ଆଚାର୍ଯ୍ୟଙ୍କ ଠାରୁ ୨୭,୮୯୨ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।

  • Related Posts

    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading
    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ