ପରିବାରର ଥଇଥାନ ନିୟମକୁ ନେଇ ବଡ଼ ନିଷ୍ପତ୍ତି!

ଭୁବନେଶ୍ୱର :  ଚାକିରିଆଙ୍କ ମୃତ୍ୟୁ ପରେ ପରିବାରର ଥଇଥାନ ନିୟମକୁ ନେଇ ବଡ଼ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର। ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସଙ୍କେତ ଦେଇଛନ୍ତି। ସେ କହିଛନ୍ତି, ଥଇଥାନମୂଳକ ଚାକିରି ନ ହେଲେ, ମିଳିପାରେ ଏକକାଳୀନ ମୋଟା ଅଙ୍କର ଟଙ୍କା।

 

୧୯୯୦ ଥଇଥାନ ନିୟମ ଅନୁଯାୟୀ ପରିବାରର ଚାକିରିଆ ବ୍ୟକ୍ତିଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରର ଜଣେ ଚାକିରି କରୁଥିଲେ। କିନ୍ତୁ ୨୦୨୦ରେ ଏଥିରେ ପରିବର୍ତ୍ତନ କରାଗଲା। ଏହି ପଲିସି କାହାରିକୁ ଚାକିରି ନ ଦେବା ସଙ୍ଗେ ସମାନ। ଏଥିରେ କାହାରିକୁ ଚାକିରି ନ ମିଳୁ ସେପରି ସ୍ଥିତି ତିଆରି ହୋଇଥିଲା।

 

ଯେଉଁମାନଙ୍କର ୨୦୨୦ ପୂର୍ବରୁ ମୃତ୍ୟୁ ହୋଇଛି ତାଙ୍କୁ ୧୯୯୦ ନିୟମ ଅନୁସାରେ ନେବା କଥା, ହେଲେ ୨୦୧୨, ୨୦୧୩, ୨୦୧୪,୨୦୧୫ ରେ ଯେଉଁମାନଙ୍କର ମୃତ୍ୟୁ ହେଲା ତାକୁ ୨୦୨୦ ନିୟମ ଅନୁସାରେ ନେଲେ। ଯାହା ଦ୍ୱାରା କେହି ଚାକିରି ପାଇଲେ ନାହିଁ॥ ଏପରିକି ଯେଉଁମାନେ ଚାକିରି ପାଇଁ ଆବେଦନ କରିଥିଲେ, ତାଙ୍କ ବିରୋଧରେ ମାମଲା ରୁଜୁ କରାଗଲା । ହେଲେ ଏଥିପାଇଁ ପାଇଁ ଆଇନ ବିଭଗର ଅନୁମତି ଆବଶ୍ୟକ ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ