ପରିବା ଦୋକାନରେ ଲାଗିଲା ନିଆଁ, ଜିଅନ୍ତା ଜଳିଗଲେ ଦୋକାନୀ

ମାର୍ଶାଘାଇ : ପରିବା ଦୋକାନରେ ନିଆଁ। ଜଳିଗଲେ ଦୋକାନୀ। କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରୀ ଥାନା ବାରୁଣୀ ବଜାରରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ବିଳମ୍ଵିତ ରାତିରେ ଜଣେ ପରିବା ଦୋକାନୀ ଦୋକାନରେ ଶୋଇଥିବା ବେଳେ ନିଆଁ ଲାଗି ଯାଇଥିଲା। ଫଳରେ ଦୋକାନୀ ଜଣଙ୍କ ଜିଅନ୍ତା ଜଳିଯାଇଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।

ସୂଚନାନୁଯାୟୀ, କୁଦାନଗରୀ ଥାନା ଗୋବିନ୍ଦପୁର ଗାଁର ସୁବାଷ ଚନ୍ଦ୍ର ମଲ୍ଲିକ ବାରୁଣୀ ବଜାରରେ ଏକ ପରିବା ଦୋକାନ ଦେଇଥିଲେ। ଶୁକ୍ରବାର ରାତିରେ ସୁବାଷ ଦୋକାନରେ ଶୋଇଥିଲେ। ବିଳମ୍ବିତ ରାତିରେ ଦୋକାନରେ ହଠାତ୍ ନିଆଁ ଲାଗିଯାଇଥିଲା। ଫଳରେ ସୁବାଷ ଜିଅନ୍ତା ଜଳିଯାଇଛନ୍ତି। ତେବେ ଦୋକାନରେ କେମିତି ନିଆଁ ଲାଗିଲା ତାହାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

  • Related Posts

    ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

    କଟକ: ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଏହାରି ଭିତରେ ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍…

    Continue reading
    ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ

    ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ । ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ସମସ୍ତ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଟିମର ସଦସ୍ୟମାନେ ମହାପ୍ରଭୁଙ୍କ ସକାଳ ଧୂପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ