ପରିବେଶକୁ ସ୍ୱଚ୍ଛ ରଖିବା ପାଇଁ ସମସ୍ତେ ଗୋଟିଏ ପାଦ ଆଗକୁ ବଢାଇବା: ଧର୍ମେନ୍ଦ୍ର

ଅନୁଗୁଳ: ଅନୁଗୁଳର ମ୍ୟୁନିସପାଲିଟି ଛକରେ ‘ସ୍ୱଚ୍ଛ, ସୁନ୍ଦର ଓ ସବୁଜ ଅନୁଗୁଳ’ କାର୍ୟ୍ୟକ୍ରମ ଆୟୋଜିତ। ଏଥିରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ପରିବେଶକୁ ସ୍ୱଚ୍ଛ ରଖିବାର ମହତ ବାର୍ତ୍ତା ଦେଇଛନ୍ତି । ଏହି ଅବସରରେ ସେ ଅନୁଗୁଳ ପୌର ପରିଷଦ ଅନ୍ତର୍ଗତ ପ୍ରାୟ ୨୭.୬୩ କୋଟି ଟଙ୍କାର ୩୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।
କେନ୍ଦ୍ର ସରକାରଙ୍କ “ସ୍ୱଚ୍ଛ ସର୍ବେକ୍ଷଣ – ମୋ ସହର, ମୋ ପରିଚୟ ୨୦୨୫-୨୬” କାର୍ୟ୍ୟକ୍ରମ ଉପରେ ଆଲୋକପାତ କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ୱଚ୍ଛ ଭାରତ ଅଭିଯାନ’ ଆଜି ଏକ ବିଶାଳ ଜନ ଆନ୍ଦୋଳନରେ ପରିଣତ ହୋଇଛି । ସହରକୁ ସ୍ୱଚ୍ଛ ରଖିବା କେବଳ ପ୍ରଶାସନିକ କିମ୍ବା ସାମାଜିକ ସଂଗଠନର କାର୍ୟ୍ୟ ନୁହେଁ, ବରଂ ଏହା ପ୍ରତ୍ୟେକ ନାଗରିକଙ୍କ ନୈତିକ ଦାୟିତ୍ୱ । ଆମେ ସମସ୍ତେ ମିଶି ଯଦି ଗୋଟିଏ ପାଦ ଆଗକୁ ବଢାଇବା, ତେବେ ଆମ ସହର ସ୍ୱଚ୍ଛ ଓ ସୁନ୍ଦର ହୋଇପାରିବ । ଯେପରି ଆମେ ନିଜ ଘରକୁ ସଫା ରଖୁ, ସେହିଭଳି ରାସ୍ତାଘାଟ ଓ ସାର୍ବଜନୀନ ସ୍ଥାନକୁ ସ୍ୱଚ୍ଛ ରଖିବାକୁ ପଡ଼ିବ।
ଆଜିର ଅବସରରେ ବିଦ୍ୟୁତ, ପରିମଳ, ଶିକ୍ଷା ଓ ମହିଳା ଓ ଶିଶୁ କଲ୍ୟାଣ ସମେତ ବିଭିନ୍ନ କ୍ଷେତ୍ରରେ ପ୍ରାୟ ୨୭.୬୩ କୋଟି ଟଙ୍କାର ୩୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶିଳାନ୍ୟାସ ହୋଇଛି । ଡିଏମଏଫ ପାଣ୍ଠିରୁ ବିନିଯୋଗ ହେବାକୁ ଥିବା ଏହି ପ୍ରକଳ୍ପଗୁଡ଼ିକ ସ୍ଥାନୀୟ ଅଞ୍ଚଳର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ଜନସାଧାରଣଙ୍କ ଜୀବନଶୈଳୀରେ ବ୍ୟାପକ ସୁଧାର ଆଣିବ ବୋଲି ସେ କହିଛନ୍ତି। ପରିବେଶକୁ ପ୍ରଦୂଷଣମୁକ୍ତ ରଖିବା ପାଇଁ ଧର୍ମେନ୍ଦ୍ର ପ୍ରଧାନ ଜିଲ୍ଲା ପ୍ରଶାସନକୁ ଏକ ସ୍ୱତନ୍ତ୍ର ଖସଡା ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି । ବ୍ୟାପକ ବୃକ୍ଷରୋପଣ ଏବଂ ବର୍ଜ୍ୟବସ୍ତୁର ସଠିକ୍ ପରିଚାଳନା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । “ସ୍ୱଚ୍ଛ, ସୁନ୍ଦର ଓ ସବୁଜ ଅନୁଗୋଳ”ର ସ୍ୱପ୍ନ ସାକାର କରିବା ପାଇଁ ଗ୍ରାମାଞ୍ଚଳରୁ ସହରାଞ୍ଚଳ ପର୍ୟ୍ୟନ୍ତ ସବୁ ବର୍ଗର ଲୋକଙ୍କୁ ଏହି ଅଭିଯାନରେ ସାମିଲ ହେବାକୁ ସେ ନିବେଦନ କରିଛନ୍ତି ।
ସୂଚନା ଥାଉକି, ଏହି ଅବସରରେ ପ୍ରଧାନ ଅନୁଗୁଳ ମ୍ୟୁନିସପାଲିଟିରେ କାର୍ୟ୍ୟରତ ସଫେଇ କର୍ମଚାରୀମାନଙ୍କୁ ମୋବାଇଲ୍ ଫୋନ୍ ବିତରଣ କରିଥିଲେ । ଏହି କାର୍ୟ୍ୟକ୍ରମରେ ଯୋଗଦେବା ପରେ ଶ୍ରୀ ପ୍ରଧାନ ନିକଟସ୍ଥ ବଜାପରଡ଼ା ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ପଢୁଥିବା ପିଲାମାନଙ୍କ ଗହଣରେ କିଛି ସମୟ ଅତିବାହିତ କରିବା ସହ ସେମାନଙ୍କୁ ଫଳ ବିତରଣ କରିଥିଲେ । ସେ କହିଥିଲେ, ଅଙ୍ଗନବାଡ଼ି ଓ ସରକାରୀ ସ୍କୁଲର ପିଲାମାନଙ୍କୁ ଫଳ ସହ ପୁଷ୍ଟିକର ଖାଦ୍ୟ ବାଣ୍ଟିବା ଦ୍ୱାରା ସେମାନଙ୍କର ପୋଷଣ ଆବଶ୍ୟକତା ପୂରଣ ହୋଇପାରିବ । ଶିଶୁମାନେ ହେଉଛନ୍ତି ଦେଶର ଭବିଷ୍ୟତ । ସେମାନଙ୍କୁ ସୁସ୍ଥ ଓ ସବଳ ରଖିବା ପାଇଁ ଆମେ ସମସ୍ତେ ସାମୂହିକ ପ୍ରୟାସ କରିବା ବୋଲି କହିଛନ୍ତି।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜାଣନ୍ତୁ କ’ଣ ?

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚଳିତ ପାର୍ବଣ ଋତୁରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଦୂର୍ଗାପୂଜା, ଲକ୍ଷ୍ମୀ ପୂଜା, କାଳୀ ପୂଜା, ରାବଣପୋଡି, ଭସାଣି ଉତ୍ସବ ଓ ଅନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ…

    Continue reading
    ଆଇଏଏସ୍‌ସ୍ତରରେ ଅଦଳବଦଳ : ମହେଶ୍ୱର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

    ଭୁବନେଶ୍ୱର, ୭ ।୧୦ : ରାଜ୍ୟରେ ଆଇଏଏସ୍‌ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି । ନବରଙ୍ଗପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ