ପର୍ଥ ଟେଷ୍ଟ: ୧୦୪ରେ ଅଷ୍ଟ୍ରେଲିଆ ଅଲ୍ ଆଉଟ୍

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପର୍ଥରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିରେ କମାଲ୍ କରିଛନ୍ତି ବୋଲର୍। ପ୍ରଥମେ ଅଷ୍ଟ୍ରେଲିଆ ବୋଲରଙ୍କ ପରେ ଭାରତୀୟ ବୋଲର୍ ଦେଖାଇଛନ୍ତି ଯାଦୁ। ୧୦୪ରେ ଘରୋଇ ଦଳକୁ ଅଲ୍ ଆଉଟ୍ କରିଛି ଟିମ୍ ଇଣ୍ଡିଆ।

ଗତକାଲି ଆରମ୍ଭ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତ। କିନ୍ତୁ ଅଷ୍ଟ୍ରେଲିଆ ବୋଲର ଭାରତୀୟ ବ୍ୟାଟରଙ୍କୁ ପାଣି ପିଆଇ ଦେଇଥିଲେ। ମାତ୍ର ୧୫୦ ରନ୍ କରି ଅଲ୍ ଆଉଟ୍ ହୋଇ ଯାଇଥିଲା ଟିମ୍ ଇଣ୍ଡିଆ।ଏହାପରେ ଅଷ୍ଟ୍ରେଲିଆ ବ୍ୟାଟରଙ୍କୁ ଘରୋଇ ମାଟିରେ ଧୂଳି ଚଟାଇଛନ୍ତି ଭାରତୀୟ ବୋଲର୍। ମାତ୍ର ୧୦୪ ରନରେ ଅଲ୍ ଆଉଟ୍ ହୋଇ ଯାଇଛନ୍ତି କଙ୍ଗାରୁ ବାହିନୀ। ଫଳରେ ଭରତ ୪୬ ରନ୍ ଆଗରେ ରହିଛି। ଗତକାଲି ଷ୍ଟମ୍ପ୍ ଅପସାରଣ ପୂର୍ବରୁ ଅଷ୍ଟ୍ରେଲିଆ ୭ ୱିକେଟ ହରାଇ ୬୭ ରନ୍ କରିଥିଲା। ଆଜି ଦ୍ୱିତୀୟ ଦିନ ଖେଳରେ ଅବଶିଷ୍ଟ ୱିକେଟ୍ ହରାଇ ୩୭ ରନ୍ କରିଛି।

ଭାରତ ପକ୍ଷରୁ ଯଶପ୍ରୀତ ବୁମରା ସର୍ବାଧିକ ୫ଟି ୱିକେଟ୍ ନେଇ ଥିବାବେଳେ ହର୍ଷିତ ରାଣା ୩ଟି ଏବଂ ମହମ୍ମଦ ସିରାଜ ୨ଟି ଲେଖାଏଁ ୱିକେଟ ନେଇଛନ୍ତି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ