ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ ଜିଲ୍ଲାର ରାମପୁରହାଟସ୍ଥିତ କାଳୀମନ୍ଦିର ନିକଟସ୍ଥ ସଂଘତା ମୋଡ଼ଠାରୁ ଏସ୍‌ଡିଓ ଅଫିସ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଏକ ବିଶାଳ ଶୋଭାଯାତ୍ରାରେ ଯାଇଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗ ଦେଇ ପ୍ରାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ।

ପ୍ରାର୍ଥିପତ୍ର ଦାଖଲ କରିଥିବା ଚାରି ପ୍ରାର୍ଥୀ ହେଲେ ରାମପୁରହାଟ ବିଧାନସଭା ଆସନରୁ ଧ୍ରୁବ ଶାହା, ହଂସନ ଆସନରୁ ନିଖିଲ ବାନାର୍ଜୀ, ନଲହାଟୀ ଆସନରୁ ଅନିଲ ସିଂହ ଏବଂ ମୁରାରଇ ଆସନରୁ ରିଙ୍କି ଘୋଷ। ସୂଚନାଯୋଗ୍ୟ, ପୂର୍ବରୁ ଥରେ ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗ ଯାଇ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ଓଡ଼ିଶାରୁ ବିଜେପିର ବହୁ ନେତା, ବିଧାୟକ ଓ ମନ୍ତ୍ରୀଙ୍କୁ ପଶ୍ଚିମବଙ୍ଗର ବିଭିନ୍ନ ନିର୍ବାନମଣ୍ଡଳୀରେ ନିର୍ବାଚନ ପରିଚାଳନା ଦାୟିତ୍ବ ଦିଆଯାଇଛି।

  • Related Posts

    ଦୀର୍ଘ ଓ ଅଧିକ ଅର୍ଥପୂର୍ଣ୍ଣ ପଥ ବାଛିବାକୁ ‘ଜେନ୍‌ ଜି’ଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ‘ଜେନ୍‌ ଜି’ଙ୍କୁ ଶକ୍ତିଶାଳୀ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭବିଷ୍ୟତରେ ଆମକୁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପରି ଲକ୍ଷ ଲକ୍ଷ ଯୁବକଙ୍କ ଆବଶ୍ୟକତା ଅଛି। ସେ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇ କହିଛନ୍ତି…

    Continue reading
    ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ: ଜିଲ୍ଲା ଗସ୍ତରେ ଯିବେ ନବୀନ

    ଭୁବନେଶ୍ବର: ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଏବେଠାରୁ ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ । ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଥିବା ବେଳେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଜେଡି ପାଇଁ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ