ପଶ୍ଚିମବଙ୍ଗ ପଳାଇଲା ବାଘୁଣୀ ‘ଜିନତ୍‌‌’

ବାରିପଦା: ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ଜିନତ୍ ଶିମିପାଳ ଫେରିବା ପରିବର୍ତ୍ତେ ଝାଡଖଣ୍ଡରୁ ପଶ୍ଚିମବଙ୍ଗ ପଳାଇଛି । ଶୁକ୍ରବାର ସକାଳେ ଝାଡଗ୍ରାମର ବେଲପାହାଡି ରେଞ୍ଜରେ ଜିନତକୁ ଦେଖିବାକୁ ମିଳିଥିବାବେଳେ ସନ୍ଧ୍ୟାରେ ପଶ୍ଚିମବଙ୍ଗର ଶିମୁଲପାଲ ଜଙ୍ଗଲରେ ସେ ରହିଥିବା ବିଶ୍ବସ୍ଥ ସୁତ୍ରରୁ ଜଣାପଡିଛି। ଏହାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ହାଇଆଲର୍ଟ ଜାରି ହୋଇଛି। ତେବେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କର୍ତ୍ତୃପକ୍ଷ ଏ ନେଇ କୌଣସି ସୂଚନା ଦେଇନାହାନ୍ତି।
ଡିସେମ୍ବର ୧୦ତାରିଖରୁ ଶିମିଳିପାଳ ଛାଡି ଝାଡଖଣ୍ଡ ପଳାଇଥିବା ଜିନତ୍ ୧୭ତାରିଖରେ ଶେଷଥର ପାଇଁ ଚାକୁଳିଆ ନିକଟ ରାଜାବସା ଜଙ୍ଗଲରେ ଏକ ମଇଁଷୀ ଶିକାର କରି ଖାଇଥିବା ବେଳେ ହାତୀ ପଲଙ୍କ ଭୟରେ ସେ ସ୍ଥାନ ପରିବର୍ତ୍ତନ କରି ପୁରୁଣାପାଣି-ମହୁଲବେଟ୍ ଜଙ୍ଗଲକୁ ପଳାଇଥିଲା । ସେଠାରୁ ୧୯ ତାରିଖରେ ଚିରଚିରା-ଚିକିଲିଗଡ-ଗିଦ୍ଧିନି-ପରିହାତୀ-ଦୁବରାଜପୁର ସିଲଦା ଦେଇ ବେଲପାହାଡି ଯାଇଥିବା ଜଣାପଡିଛି। ଗୋଟିଏ ଦିନରେ ସେ ୨୬ କିମି ପାରି ହୋଇଥିବା ଜଣାପଡିଛି। ଏହାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ହାଇ ଆଲର୍ଟ ଜାରି ହୋଇଛି। ତେବେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କର୍ତ୍ତୃପକ୍ଷ ଏନେଇ କୌଣସି ସୂଚନା ଦେଇନାହାନ୍ତି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ