‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

ଭୁବନେଶ୍ୱର: ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଦ୍ୱାରା ପ୍ରସ୍ତୁତ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକରୁ ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି । ଆସନ୍ତା ସେପ୍‌ଟେମ୍ବର-ଅକ୍ଟୋବରରେ ପ୍ରକାଶିତ ହେବାକୁ ଥିବା ପାଠ୍ୟପୁସ୍ତକର ଦ୍ୱିତୀୟ ଖଣ୍ଡ (ସେକେଣ୍ଡ ଭଲ୍ୟୁମ୍‌)ରେ ଆଞ୍ଚଳିକ ପ୍ରତିରୋଧ ଆନ୍ଦୋଳନ ଓ ସଶସ୍ତ୍ର ବିଦ୍ରୋହ ସଂପର୍କିତ ବିଷୟ ସ୍ଥାନିତ ହେବ । ଏଥିରେ ଓଡ଼ିଶାର ପାଇକ ବିଦ୍ରୋହ, ଖୋର୍ଦ୍ଧା ବିଦ୍ରୋହ, ପଞ୍ଜାବର କୁକା ଆନ୍ଦୋଳନ, ଶିଖ୍‌ ବିଦ୍ରୋହକୁ ଅନ୍ତର୍ଭୁକ୍ତ କରାଯାଇଛି । ଏହି ପାଠ୍ୟପୁସ୍ତକର ଦ୍ୱିତୀୟ ଖଣ୍ଡ ଏବେ ଚୂଡ଼ାନ୍ତ ପର୍ୟ୍ୟାୟରେ ରହିଛି । ଏପରି ସ୍ପଷ୍ଟୀକରଣ ରଖିଛି ଏନ୍‌ସିଇଆର୍‌ଟି ।

ସୂଚନାଯୋଗ୍ୟ, ଏନ୍‌ସିଇଆର୍‌ଟି ଅଷ୍ଟମ ଶ୍ରେଣୀର ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକ ‘ଏକ୍ସପ୍ଲାରିଂ ସୋସାଇଟି: ଇଣ୍ଡିଆ ଆଣ୍ଡ ବିୟଣ୍ଡ’ରେ ଦି କଲୋନିଆଲ୍‌ ଏରା ଇନ୍‌ ଇଣ୍ଡିଆ ଚାପ୍ଟରରେ ଓଡ଼ିଶା ପାଇକ ବିଦ୍ରୋହ ବାଦ୍‌ ପଡ଼ିଥିବା ନେଇ ଚର୍ଚ୍ଚା ହୋଇଥିଲା । ଏହାକୁ ନେଇ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଏନ୍‌ସିଇଆର୍‌ଟି କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି, ପ୍ରକାଶିତ ପାଠ୍ୟପୁସ୍ତକ ହେଉଛି ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନର ପ୍ରଥମ ଖଣ୍ଡ (ଭଲ୍ୟୁମ୍‌-୧) । ଏହାର ଦ୍ୱିତୀୟ ଖଣ୍ଡ ଆସନ୍ତା ସେପ୍‌ଟେମ୍ବରରୁ ଅକ୍ଟୋବର ମାସ ମଧ୍ୟରେ ପ୍ରକାଶିତ ହେବ । ଏହି ଦ୍ୱିତୀୟ ଖଣ୍ଡରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ଘଟଣା ଓ ଆନ୍ଦୋଳନକୁ ଛାତ୍ରଛାତ୍ରୀଙ୍କ ପାଇଁ ଏକ ସୁସଂଗଠିତ ଢଙ୍ଗରେ ଉପସ୍ଥାପନ କରାଯିବ । ଏଥିରେ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ପାଇକ ବିଦ୍ରୋହ ବିଷୟ ବିସ୍ତୃତ ଭାବେ ରହିବ । ଏହାଦ୍ୱାରା ଛାତ୍ରଛାତ୍ରୀମାନେ ଦେଶର ସମୃଦ୍ଧ ଐତିହାସିକ ଓ ସାଂସ୍କୃତିକ ବିବିଧତା ସଂପର୍କରେ ଆହୁରି ଗଭୀର ଜ୍ଞାନ ଲାଭ କରିପାରିବେ ବୋଲି ଏନ୍‌ସିଇଆର୍‌ଟି ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ