ପାଇଖାନା ଟାଙ୍କିରୁ ମିଳିଲା ନିଖୋଜ ‘ଆଶୀର୍ବାଦ’ର ମୃତଦେହ

ପୁରୀ : ପାଇଖାନା ଟାଙ୍କିରୁ ମିଳିଲା ୭ ଦିନ ଧରି ନିଖୋଜ ଥିବା ନାବାଳକ ୧୧ ବର୍ଷର ନାବାଳକ ଆଶୀର୍ବାଦ ସାହୁର ମୃତଦେହ। ଗତ ୧୫ ତାରିଖ ସନ୍ଧ୍ୟାରୁ ଥିଲା ନିଖୋଜ। ତେବେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ ଉଦ୍ଧାର ହୋଇଛି।
ଗତକାଲି ବିଳମ୍ବିତ ରାତିରେ ଡେଲାଙ୍ଗ ପୁଲିସ ନାବାଳକର ମୃତ ଦେହ ଗ୍ରାମର ଜୈନିକ ବ୍ୟକ୍ତିଙ୍କ ଘରର ପଛ ପଟେ ଥିବା ପାଇଖାନା ଟାଙ୍କିରୁ ଉଦ୍ଧାର କରିଛି। ପୁଲିସ ସନ୍ଦେହରେ ରତନପୁର ଗାଁର ବାପି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି । ଆଉ ଏପଟେ ଗ୍ରାମବାସୀ ରାଗିଯାଇ ବାପି ସାହୁର ଘର ଭାଙ୍ଗିଛନ୍ତି । ପଚରାଉଚରା ପରେ ଅଭିଯୁକ୍ତ ସବୁ ସତ କଥା ପୁଲିସ ଆଗରେ ମାନିଯାଇଥିବା ସୂଚନା ମିଳିଛି ।
୧୧ ବର୍ଷୀୟ ନାବାଳକ ଆଶୀର୍ବାଦ ସାହୁ ନିଖୋଜ ପରଠୁ ସନ୍ଧାନୀ କୁକୁର ଛାନଭିନ୍ ଚଳାଇଥିଲା । ଦୁଇ-ତିନିଥର ସନ୍ଧାନୀ କୁକୁର ବାପି ସାହୁଙ୍କ ଘରକୁ ଯାଇଥିବାରୁ ପୁଲିସର ସନ୍ଦେହ ଘନୀଭୂତ ହୋଇଥିଲା । ପରେ ପଚରାଉଚରା କରିବାରୁ ସତ ସାମ୍ନାକୁ ଆସିଥିବା କୁହାଯାଉଛି। ହେଲେ ବର୍ତ୍ତମାନ ପର୍ୟ୍ୟନ୍ତ ପୁଲିସ ପକ୍ଷରୁ ଏନେଇ କିଛି ସ୍ପଷ୍ଟ କରାଯାଇନି।ସୂଚନାଅନୁଯାଇ ରତନପୁର ଗ୍ରାମର ୧୧ ବର୍ଷ ର ନାବାଳକ ଆଶ୍ରିବାଦ ଗତ ମଙ୍ଗଳ ବାର ଠାରୁ ଘରୁ ନିଖୋଜ ହୋଇଥିବା ବେଳେ ପୋଲିସ ଛାନ ଭିନ୍ନ ପରେ ମଧ୍ୟ କିଛି ଖବର ମିଳି ନଥିବା ବେଳେ ଗତକାଲି ଆଶ୍ରିବାଦ ର ପରିବାର ଓ ଗ୍ରାମବାସୀ ମାନେ ଡେଲାଙ୍ଗ ଫାଣ୍ଡି ସମୁଖରେ ଧାରଣା ଦେଇଥିବା ବେଳେ ରାଜ ରାସ୍ତାରେ ଟାୟାର ଜାଳି ପ୍ରତିବାଦ କରିଥିଲେ। ପରେ ପୁରୀ ଅତିରିକ୍ତ ଏସପିଙ୍କ ଜରିଆରେ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଦାବି ପତ୍ର ଦେଇଥିବା ବେଳେ ବିଳମ୍ବିତ ରାତିରେ ନାବାଳକର ମୃତ ଦେହକୁ ଠାବ କରିଛି ପୁଲିସ।

  • Related Posts

    ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ

    ହିଞ୍ଜିଳିକାଟୁ: ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଖଣ୍ଡର ଛକରେ ଘଟିଛି ଅଭାବନୀୟ ଘଟଣା ଗୁରୁତର ଯୁବକ ହେଲେ ଉଦ୍ଧବ ପାଢୀ। ଉଦ୍ଧବ ରାସ୍ତାରେ ଯାଉଥିବା ବେଳେ ତାଙ୍କୁ ଜଣେ ବ୍ୟକ୍ତି ଲିଫ୍ଟ ମାଗିଥିଲେ।…

    Continue reading
    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ