ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା ଆସୁଛି । ଏହା ମଧ୍ୟରେ ତାଙ୍କ ସହ- ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର । ୯/୧୧ ଭଳି ଆକ୍ରମଣ କରିବାକୁ ଯୋଜନା କରିଥିଲେ ତାଙ୍କ ସହ-ପାଇଲଟ୍ । ଜେରା ସମୟରେ ଓମାନୀ ପାଇଲଟ ହମ୍ମାନି ସବୁ ସତ କହିଲା । ବେନ୍ ଗୁରିଅନ ବିମାନ ବନ୍ଦର ଟର୍ମିନାଲରେ ପ୍ଲେନ୍ କ୍ରାସ କରିବାର ସେ ଯୋଜନା କରିଥିଲା ।

ବର୍ତ୍ତମାନ ଗିରଫ ହୋଇଥିବା ଓମାନୀ ସହ-ପାଇଲଟ୍ ହମାମ୍ ଅଲ୍-ହମ୍ମାମି, ୟୁଏଇ (UAE)ର ତଦନ୍ତକାରୀ ଅଧିକାରୀଙ୍କୁ କହିଛନ୍ତି ଯେ, ବିମାନର କ୍ୟାପଟେନ୍ ତଥା ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ହତ୍ୟା କରିବା ପରେ ସେ ‘ଫ୍ଲାଏ-ଦୁବାଇ’ ଫ୍ଲାଇଟ୍ ୧୦୭୩କୁ ସ୍ୱାଭାବିକ ଭାବେ ଚଳାଇବାକୁ ଲକ୍ଷ୍ୟ ରଖିଥିଲା ।
ରିପୋର୍ଟ ଅନୁଯାୟୀ, ତାଙ୍କର ଯୋଜନା ଥିଲା କୌଣସି ସନ୍ଦେହ ସୃଷ୍ଟି ନକରି ବିମାନ ଅବତରଣ ପାଇଁ ଆବଶ୍ୟକୀୟ ଅନୁମତି ହାସଲ କରିବା ଏବଂ ତା’ପରେ ୨୦୦୧ ମସିହା ସେପ୍ଟେମ୍ବର ୧୧ ତାରିଖର ଆକ୍ରମଣ ଭଳି ଏକ ଆକ୍ରମଣ କରି ବିମାନଟିକୁ ବିମାନବନ୍ଦରରେ ଥିବା କୌଣସି କୋଠା କିମ୍ବା ଅନ୍ୟ ଏକ ଜେଟ୍ (ବିମାନ) ସହ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ କରାଇବା।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ରୁଷରେ ବ୍ୟାପିଲା ନ୍ୟୁମୋନିକ୍ ପ୍ଲେଗ୍

    ମସ୍କୋ:ରୁଷିଆର ସାଇବେରିଆନ୍ ଅଞ୍ଚଳ ଇରକୁଟସ୍କରେ ନ୍ୟୁମୋନିକ୍ ପ୍ଲେଗ୍‌ରେ ଜଣେ ୨୮ ବର୍ଷୀୟା ମହିଳା ଲ୍ୟାବ୍ ଟେକ୍ନିସିଆନ୍‌ଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ପାଞ୍ଚଟି ହସ୍ପିଟାଲକୁ ବନ୍ଦ କରିଦିଆଯାଇଛି ଏବଂ ୨୦୦ ରୁ ଅଧିକ ଲୋକଙ୍କୁ କ୍ୱାରେଣ୍ଟାଇନ୍ କରାଯାଇଛି। ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ