ପାଠ୍ୟପୁସ୍ତକରେ ଭୁଲ୍‌କୁ ନେଇ ମୁଖ୍ୟମନ୍ତ୍ରୀ ଗମ୍ଭୀର, ତୁରନ୍ତ ତ୍ରୁଟି ସୁଧାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।

ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ସୁଧାରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ କରାଯାଇ ଏହି ତ୍ରୁଟି ପାଇଁ କେଉଁ ଅଧିକାରୀ/ସଂସ୍ଥା ଦାୟୀ ତାହା ନିର୍ଣ୍ଣୟ କରିବା ପାଇଁ ବୈଠକରେ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

୭ ଦିନ ମଧ୍ୟରେ ଏହି କମିଟି ରିପୋର୍ଟ ଦାଖଲ କରିବେ ଏବଂ କମିଟିର ରିପୋର୍ଟ ଆଧାରରେ ଦାୟୀ ଅଧିକାରୀ/ସଂସ୍ଥା ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।

  • Related Posts

    ରାଇକିଆ ବଣିକ ସଂଘର ନୂତନ କର୍ମକର୍ତ୍ତା ଚୟନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବଣିକ ସଂଘର ନୂତନ ପରିଚାଳନା ସମିତି ଗଠନ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ଲେଙ୍କାଙ୍କ ଦ୍ୱାରା ଗତ…

    Continue reading
    ପିଏମ୍ ସ୍ୱନିଧି ଯୋଜନା; ଷ୍ଟାମ୍ପ ଶୁଳ୍କ ସମ୍ପୂର୍ଣ୍ଣ ଛାଡ଼

    ଭୁବନେଶ୍ୱର,; ପିଏମ୍ ସ୍ୱନିଧି ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସି ଖବର । ଷ୍ଟ୍ରିଟ୍ ଭେଣ୍ଡରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି । ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ୍ ଭେଣ୍ଡର୍ସ ଆତ୍ମନିର୍ଭର ନିଧି ଯୋଜନା ଅଧୀନରେ ମଞ୍ଜୁର ହେଉଥିବା ୩ଟି ଋଣ ପର୍ଯ୍ୟାୟରେ ଷ୍ଟାମ୍ପ ଶୁଳ୍କ ସମ୍ପୂର୍ଣ୍ଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ