ପାଣିକୋଇଲି ଗୁଳିକାଣ୍ଡ:୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଯାଜପୁର ଜିଲ୍ଲା ପାଣିକୋଇଲି ବଜାରରେ ଶନିବାର ଦିନ ଅପହରାହ୍‌ଣରେ ଘଟିଥିବା ଗୁଳିକାଣ୍ଡ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଗତ ହୋଇଛନ୍ତି। ଏହି ଘଟଣା ନେଇ ସେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ନିମନ୍ତେ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ଏଥିସହ ଘଟଣାରେ ଆହତ ବ୍ୟକ୍ତିଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ସୂଚନାଯୋଗ୍ୟ, ପାଣିକୋଇଲି ବଜାରରେ ଶନିବାର ଅପରାହ୍‌ଣରେ ଏକ ଛାତିଥରା ଘଟଣା ସମଗ୍ର ଜିଲ୍ଲାକୁ ସ୍ତବ୍ଧ କରିଦେଇଥିଲା। ପାଣିକୋଇଲିରେ ଥିବା ପଣ୍ତା ଅଳଙ୍କାର ଦୋକାନରୁ ଡକାୟତି ଉଦ୍ୟମ ବେଳେ ଗୁଳିକାଣ୍ଡ ଘଟିଥିଲା। ଡକାୟତଙ୍କ ଗୁଳିମାଡ଼ରେ ଦୋକାନର ଜଣେ କର୍ମଚାରୀଙ୍କ ସହିତ ଅନ୍ୟ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିଲା। ମୃତ ଯୁବକଦ୍ବୟ ଯାଜପୁର ସଦର ଥାନା କୁନିଦା ଗ୍ରାମର ସୁନିଲ ରାୟ (୩୬) ଓ ପାଣିକୋଇଲି ଥାନା ସୋତି ଗ୍ରାମର ନୀଳମାଧବ ପଣ୍ଡା (୩୦)। ଅନ୍ୟ ଜଣେ ଯୁବକ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା