ପାରାଦୀପ ଆଇଓସିଏଲ୍‌ ରିଫାଇନାରୀକୁ କାରଣଦର୍ଶାଅ ନୋଟିସ୍‌ ଜାରି

ପାରାଦୀପ ଆଇଓସିଏଲ୍‌ ରିଫାଇନାରୀକୁ ଆଜି ରାଜ୍ୟ ସରକାର କାରଣଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି । ଓଡିଶା ସରକାରଙ୍କର ନିୟମକୁ ଅଣଦେଖା କରି ଅନୁମୋଦନ ନନେଇ କିଭଳି କର୍ତ୍ତୃପକ୍ଷ ବିଭିନ୍ନ ୟୁନିଟ୍‌ ନିର୍ମାଣ ଓ ସମ୍ପ୍ରସାରଣ କରିଛନ୍ତି ବୋଲି ସରକାର ପଅଶ୍ନ କରିବା ସହ ଆଇଓସିଏଲ୍‌ ରିଫାଇନାରୀ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । କାରଖାନା ନିୟମାବଳୀର ଖୋଲା ଉଲ୍ଲଂଘନ ଅଭିଯୋଗରେ ରାଜ୍ୟ କାରଖାନା ଓ ବଏଲର ନିର୍ଦ୍ଦେଶାଳୟ ପକ୍ଷରୁ ଆଜି ଅକ୍ଟୋବର ୧୪ ତାରିଖରେ ଆଇଓସିଏଲ୍‌ କର୍ତ୍ତୃପକ୍ଷଙ୍କୁ ଜରୁରୀ କାରଣଦର୍ଶାଅ ନୋଟିସ୍‌ ଜାରି ହୋଇଛି । ଆଗାମୀ ୭ ଦିନ ମଧ୍ୟରେ ଏହି ନୋଟିସର ଉତ୍ତର ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନୁମୋଦିତ ଲେ-ଆଉଟ୍‌ ପ୍ଲାନରେ ସ୍ଥାନ ପାଇନଥିବା ଏକାଧିକ ବିଲ୍ଡିଂ ଗଣିବା ଓ ବିନା ଲାଇସେନ୍ସ ସଂଶୋଧନରେ ନୂଆ ୟୁନିଟ୍‌ ଚାଲୁ କରିବା ଭଳି ସଙ୍ଗୀନ ଅନିୟମିତତା ସାମ୍ନାକୁ ଆସିବା ପରେ ରାଜ୍ୟ ସରକାର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାପଡିଛି ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି