ପାର୍ଟପ୍ଲଟ୍ ପଞ୍ଜୀକରଣ ସମସ୍ୟା, ବର୍ଷକରେ ୫୦୦ କୋଟି ଟଙ୍କାର ରାଜସ୍ବ କ୍ଷତି

ଭୁବନେଶ୍ବର,13/09: ନିଜ ଜମି ହୋଇ ବି ଜମି ମାଲିକମାନେ ଜରୁରୀକାଳୀନ ସ୍ଥିତିରେ ଆଂଶିକ ଜମି ବିକ୍ରିରୁ ବଞ୍ଚିତ ହେଉଛନ୍ତି। ଏକ ବର୍ଷରୁ ଊର୍ଦ୍ଧ୍ବ ସମୟ ଧରି ପାର୍ଟପ୍ଲଟ୍ ପଞ୍ଜୀକରଣକୁ ନେଇ ରାଜ୍ୟର ବିଭିନ୍ନ ସବ୍‌ରେଜିଷ୍ଟ୍ରାର ଅଫିସରେ ଅଚଳାବସ୍ଥା ଜାରି ରହିଛି। ଏ ନେଇ ଜନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ପାର୍ଟପ୍ଲଟ୍ ବିକ୍ରିରେ ଜଟିଳ ନିୟମ ଓ ସବ୍‌ରେଜିଷ୍ଟ୍ରାର୍‌ଙ୍କ ମନମୁଖୀ କାର୍ଯ୍ୟକଳାପ କାରଣରୁ ପଞ୍ଜୀକରଣ ପ୍ରକ୍ରିୟା ପ୍ରଭାବିତ ହୋଇଛି। ଏ ବାବଦରେ ସରକାର ବର୍ଷକରେ ପ୍ରାୟ ୫୦୦ କୋଟି ଟଙ୍କାର ରାଜସ୍ବ କ୍ଷତି ସହିଲେଣି ବୋଲି ଓଡ଼ିଶା ବିକାଶ ଅଭିଯାନ ଆଜି ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛି। ମାସେ ଭିତରେ ପାର୍ଟପ୍ଲଟ୍ ପଞ୍ଜୀକରଣ ସମସ୍ୟା ଦୂର ନ ହେଲେ, ସଂଗଠନ ରାଜ୍ୟର ସବୁ ସବ୍‌ରେଜିଷ୍ଟ୍ରାର୍‌ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବ ବୋଲି ଓଡ଼ିଶା ବିକାଶ ଅଭିଯାନର ମ୍ୟାନେଜିଂ ଟ୍ରଷ୍ଟି ପ୍ରଦୀପ କୁମାର ସାହୁ କହିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ସାହୁ କହିଛନ୍ତି, ସମ୍ପତ୍ତିଗତ ଅଧିକାର ଏକ ସାମ୍ବିଧାନିକ ଅଧିକାର। ସରକାର ପାର୍ଟପ୍ଲଟ୍‌ କିଣାବିକାକୁ ବନ୍ଦ କରି ସାଧାରଣ ଲୋକଙ୍କର ସାମ୍ବିଧାନିକ ଅଧିକାରକୁ କ୍ଷୁଣ୍ଣ କରୁଛନ୍ତି। ପାର୍ଟପ୍ଲଟ୍ କିଣାବିକା ନହେବା କାରଣରୁ ରିୟଲ୍ ଇଷ୍ଟେଟ୍ ସେକ୍ଟର୍ ଓ ଏହା ସହିତ ଜଡ଼ିତ ଅନ୍ୟାନ୍ୟ ସେକ୍ଟର ବାଧାପ୍ରାପ୍ତ ହେଉଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ