ପିଇବା ପାଣି ନ ପହଞ୍ଚିଲେ ଆକ୍ସନ୍‌: ମନ୍ତ୍ରୀ

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟରେ ପାନୀୟ ଜଳ ନ ପହଞ୍ଚିଲେ ହେବ ଆକ୍ସନ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ପୂର୍ବରୁ ବିଭିନ୍ନ ଏଜେନ୍ସି ଉପରେ ସରକାର ଆକ୍ସନ୍ ନେଉଥିଲେ । ଏବେ ଅଧିକାରୀଙ୍କ ଉପରେ ବି ଆକ୍ସନ ହେବ । ଏହା ସହ ମନ୍ତ୍ରୀ ଆହୁରି କହିଛନ୍ତି ଯେ ୨୦୨୭ ସୁଦ୍ଧା ଦେଢ ଶହ ଲୋକ ଥିବା ଗାଁକୁ ହେବ ରାସ୍ତା । ଆସନ୍ତା ୩ ମାସରେ ଶତ ପ୍ରତିଶତ ବଜେଟ ଖର୍ଚ୍ଚ କରାଯିବ । ୨୦୨୭ ସୁଦ୍ଧା ୭୫ ହଜାରରୁ ଉର୍ଦ୍ଧ୍ୱ ରାସ୍ତା ନିର୍ମାଣ ଲକ୍ଷ୍ୟ ରହିଛି ରହିଛି । ଏବେ ୩୦ ହଜାରରୁ ଅଧିକ ରାସ୍ତା ନିର୍ମାଣ ସରିଛି ।

ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ପୂର୍ବ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି ଯେ, ଗତ ସରକାରରେ ୯୨ଟି ବ୍ରିଜ୍ କୁ ଆପ୍ରୋଚ୍ ରୋଡ୍ ନଥିଲା। ବିଜେପି ସରକାର ଆସିବା ପରେ ୫୦ଟି ବ୍ରିଜ୍ ପାଇଁ ଜମି ଅଧିଗ୍ରହଣ ସରିଲାଣି। ଏବେ ସୁଦ୍ଧା ୫୩ ପ୍ରତିଶତ ବଜେଟ୍ ଖର୍ଚ୍ଚ ସରିଥିବା ବେଳେ ୩ ମାସରେ ଶତ ପ୍ରତିଶତ ଖର୍ଚ୍ଚ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି ପଞ୍ଚାୟତ ନିର୍ବାଚନକୁ ନେଇ ମନ୍ତ୍ରୀ କହିଛନ୍ତି ଯେ, ନିର୍ଦ୍ଧାରିତ ସମୟରେ ନିର୍ବାଚନ ହେବ। ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ଜନଗଣନା ଶେଷ ପରେ ଚୂଡ଼ାନ୍ତ ତଥ୍ୟ ପ୍ରଦାନ କରାଯିବ। ପଞ୍ଚାୟତ ପୁନଃଗଠନ ଆବଶ୍ୟକ ଅଛି, ଏବେ ସ୍ଥଗିତ ରହିଛି। ଜନଗଣନା ସରିବା ପରେ ପୁନଃଗଠନ ପ୍ରକ୍ରିୟା ଆରମ୍ଭ ହେବ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ