ପିଏମଜି ତାତି:ରୁଲିଂ ଦାବି କଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ବିଧାନସଭାରେ ଉଠିଲା ପିଏମଜି ତାତି ପ୍ରସଙ୍ଗ । ଆଜି ବିଧାନସଭାରେ ବିଜେଡି ସଦସ୍ୟ ଏମବିକେ ଓ ସିଆରପିମାନେ ଲୋୟର ପିଏମଜିରେ କରୁଥିବା ଆନେ୍ଦାଳନ ପ୍ରସଙ୍ଗ ଉଠାଇଛନ୍ତି । ଏହି ଅବସରରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ରୁଲିଂ ଦାବି କରିଛନ୍ତି ।

ରାଜଧାନୀ ଛାତିରେ ଗର୍ଜନ କରୁଛନ୍ତି ବିଜୁ ଶ୍ରମିକ ସାମୁଖ୍ୟ ସଙ୍ଘ । ନୂଆ ସରକାର ଆସିବା ପରେ ୯ମାସ ଧରି ଦରମା ମିଳିନଥିବା ସେମାନେ ଅଭିଯୋଗ କରିଛନ୍ତି । ନ୍ୟାୟ ପାଇଁ ଲୋୟର ପିଏମଜିରେ ଠୁଳ ହୋଇଛନ୍ତି ହଜାର ହଜାର କର୍ମୀ । ବାରମ୍ବାର ଅଭିଯୋଗ କରିବା ସତ୍ତ୍ବେ ମଧ୍ୟ ସରକାର ଶୁଣୁନଥିବାରୁ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହୋଇଛନ୍ତି କର୍ମଚାରୀ ।

ରାଜଧାନୀରେ ଅଲ୍ ଓଡ଼ିଶା ଜିପିଏଲଫ ମିଶନଶକ୍ତି କର୍ମୀ ସଂଘ ସହ ଅନୁବନ୍ଧିତ ରାଜ୍ୟ ବିଜୁ ଶ୍ରମିକ ସାମୁଖ୍ୟ ସଙ୍ଘର ଗର୍ଜନ। ୬ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ୯ ମାସ ଦରମା ପ୍ରଦାନ ଦାବିରେ ଆନ୍ଦୋଳନ । ଲୋୟର ପିଏମଜିରେ ଠୁଳ ହୋଇଛନ୍ତି ହଜାର ହଜାର କର୍ମୀ। ଏମବିକେ, ବ୍ୟାଙ୍କ୍ ମିତ୍ର, ଏଲଏସପି, ସିଆରପି, କୃଷି ମିତ୍ର ଓ ପ୍ରାଣୀ ମିତ୍ର ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ନୂଆ ସରକାର ଆସିବା ପରେ କୌଣସି କାରଣ ନ ଥାଇ ୯ ମାସ ଧରି ଦରମା ଦେଇନଥିବା ସେମାନେ ଅଭିଯୋଗ କରିଛନ୍ତି। ବାରମ୍ବାର ଜଣାଇବା ସତ୍ତ୍ଵେ ସରକାର କିଛି ଶୁଣୁ ନାହାନ୍ତି। ଏପ୍ରିଲ ମାସରୁ ଆଜି ପର୍ୟ୍ୟନ୍ତ ଦରମା ମିଳି ନାହିଁ। ତେଣୁ ଆନ୍ଦୋଳନ କରାଯାଉଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ