ପିଏମ୍ ଜନମନ ଯୋଜନାରେ ରାଜ୍ୟର ୨୬ଟି ସଡ଼କ ଓ ୨ଟି ସେତୁ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହାଅଭିଯାନ (ପିଏମ ଜନମନ) ଅଧୀନରେ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ଓଡ଼ିଶାର ୨୬ଟି ସଡ଼କ ଏବଂ ଦୁଇଟି ସେତୁ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ଯୋଜନାରେ ରାଜ୍ୟରେ ୬୩.୨୭୧ କିଲୋମିଟର ରାସ୍ତା ନିର୍ମାଣ କରାଯିବ। ମନ୍ତ୍ରଣାଳୟ ଏଥିପାଇଁ ଓଡ଼ିଶାକୁ ୬୯ କୋଟି ୬୫ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେବ। ବର୍ତ୍ତମାନ ସୁଦ୍ଧା ପିଏମ ଜନମନ ଯୋଜନାରେ ଓଡ଼ିଶା ପାଇଁ ୨୧୧.୧୪ କିଲୋମିଟର ଲମ୍ବ ୬୬ଟି ସଡ଼କ ପ୍ରକଳ୍ପ ଏବଂ ୪ଟି ସେତୁ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି। ଏ ବାବଦରେ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ୨୧୯ କୋଟି ୪୦ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି।
ପିଏମ୍ ଜନ ମନ ଯୋଜନାରେ, ଅତି ପଛୁଆ ଜନଜାତି ଗୋଷ୍ଠୀ ବସତିକୁ ସବୁଦିନିଆ ସଡ଼କ ଯୋଗାଯୋଗ ପ୍ରଦାନ କରାଯାଉଛି। ଏହାଦ୍ବାରା ପିଭିଟିଜି ସମ୍ପ୍ରଦାୟ ବହୁଳ କ୍ଷେତ୍ରରେ ସାମାଜିକ ଓ ଆର୍ଥିକ ଉନ୍ନତି ହୋଇପାରିବ। ଗ୍ରାମାଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥା ଉନ୍ନତ ହେବ, ଉପାନ୍ତ ଗାଁ ଓ ସହରୀ କେନ୍ଦ୍ର ମଧ୍ୟରେ ବ୍ୟବଧାନ ଦୂର ହେବ। ସ୍ଥାନୀୟ ଅଞ୍ଚଳର ବିକାଶ ସହ ବାଣିଜ୍ୟ କାରବାର, ସ୍ୱାସ୍ଥ୍ୟ ସେବା, ଶିକ୍ଷା, ବଜାର ଭଳି ସୁବିଧାସୁଯୋଗ ପହଞ୍ଚି ପାରିବ। ଏହାଦ୍ୱାରା ରୋଜଗାର ସୃଷ୍ଟି ହେବା ସହିତ ସ୍ଥାନୀୟ ଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହନ ମିଳିବ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ