ପିତବାସ ପଣ୍ଡାଙ୍କୁ ହତ୍ୟା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ:ମନ୍ତ୍ରୀ

ଭୁବନେଶ୍ବର: ବ୍ରହ୍ମପୁରରେ ଓକିଲ ପିତବାସ ପଣ୍ଡାଙ୍କୁ ହତ୍ୟା ଘଟଣାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ଦୋଷୀ ଯିଏ ବି ହେଉନା କାହିଁକି ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ। ଘଟଣା ଯିଏ ଘଟାଇଛି, ପଛରେ ଯିଏ ଷଡଯନ୍ତ୍ର କରିଛି କାହାରିକୁ ଛଡାଯିବ ନାହିଁ। ପୁଲିସ ଅନେକ ସୁରାଗ ପାଇଲାଣି ଆହୁରି ଅନୁସନ୍ଧାନ ଚାଲିଛି। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଆଜି ବରିଷ୍ଠ ପୁଲିସ ଅଧିକାରୀଙ୍କୁ ଡ଼ାକି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ପୁଲିସ ସକ୍ଷମ ଅଛି। ଆଉ କାହାକୁ ତଦନ୍ତ ଦାୟୀତ୍ବ ଦିଆଯିବ କି ନାହିଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ।

ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ପୀତବାସ ପଣ୍ଡାଙ୍କୁ ସୋମବାର ରାତି ପ୍ରାୟ ୧୦ଟାରେ ବୈଦ୍ୟନାଥପୁର ଥାନା ଅଧୀନ ବ୍ରହ୍ମାନଗରସ୍ଥିତ ନିଜ ଘର ପାଖରେ ଛିଡ଼ା ହୋଇଥିଲେ। ଏହି ସମୟରେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳିମାଡ଼ର ଶିକାର ହେଲା ପରେ ପୀତବାସ ବେହୋସ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କର ଛାତିରେ ବାଜିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

  • Related Posts

    ରାଇକିଆ ଭାଜପାର ପ୍ରଥମ ମଣ୍ଡଳସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

    ସାଂଗଠନିକ ଶକ୍ତି ବୃଦ୍ଧି ଓ ଦଳୀୟ କାର୍ଯ୍ୟକ୍ରମକୁ ଗୁରୁତ୍ୱ, ଯୋଗଦେଲେ ରାଜ୍ୟ ଓ ଜିଲ୍ଲାସ୍ତରୀୟ ନେତୃବୃନ୍ଦ ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ମଣ୍ଡଳ ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରଥମ ମଣ୍ଡଳସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ସଙ୍କଟମୋଚନ ହନୁମାନ ମନ୍ଦିର ପରିସରରେ…

    Continue reading
    ୩,୫୯୦ କୋଟିର ଋଣ ଜାଲିଆତି ଜିପିଆଇଏଲ୍‌ରେ ଇଡି ଚଢ଼ଉ

    ଭୁବନେଶ୍ବର: କୋଟି‌େ‌କାଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲାରେ ପଶ୍ଚିମବଙ୍ଗ ଏବଂ ଓଡ଼ିଶାରେ ଥିବା ଗୁପ୍ତା ପାୱାର ଇନ୍‌ଫ୍ରାଷ୍ଟ୍ରକ୍ଚର ଲିମିଟେଡ୍‌ (ଜିପିଆଇଏଲ୍‌) ଏବଂ ଏହାର ସହସଂସ୍ଥାଗୁଡ଼ିକ ଉପରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଚଢ଼ଉ କରିଛି। ପଶ୍ଚିମବଙ୍ଗ ଓ ଓଡ଼ିଶାର ମୋଟ ୯ଟି ସ୍ଥାନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ