ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍‍ ସୁବିଧା

ଭୁବନେଶ୍ୱର: ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍‍ ସୁବିଧା । ପୂର୍ବରୁ ଏସ.ସି ଓ ଏସଟି ପିଲାଙ୍କୁ ମାଗଣା ବହି ମିଳୁଥିଲା, ସରକାର ଏବେ ସବୁ ପିଲାଙ୍କୁ ମାଗଣା ବହି ଦେବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପିଲାମାନେ ସ୍କୁଲକୁ ଯାତାୟାତ କରିବା ସମୟରେ ୟୁନିଫର୍ମ ଓ ଆଇ-କାର୍ଡ ଦେଖାଇ ମାଗଣାରେ ମୁଖ୍ୟମନ୍ତ୍ରୀ ବସ୍‍ ସେବାର ଲାଭ ଉଠାଇ ପାରିବେ । ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଶିକ୍ଷା ବିଭାଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । ଆଦିବାସୀ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ଦେବା ଉପରେ ଗୁରୁତ୍ୱାରୋପ କରିବାକୁ ବୈଠକରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ସହିତ SCSTRTI ସହଯୋଗରେ କୋରାପୁଟରେ ଏକ ବହୁଭାଷୀ ଶିକ୍ଷା କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ।

ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ମିଶାଇ ଗୋଟିଏ ବୋର୍ଡ଼ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି । ସେହିପରି ନବମ ଓ ଦଶମ ଶ୍ରେଣୀର ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦେବାପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏଥିସହିତ ହଷ୍ଟେଲରେ ରହୁଥିବା ପିଲାମାନଙ୍କ ପାଇଁ ANM ନିଯୁକ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ