ପିସିସି ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଓ ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଏବଂ ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ଭବନ କାର୍ୟ୍ୟାଳୟ ଠାରେ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନାଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ସ୍ୱର୍ଗତା ଇନ୍ଦିରା ଗାନ୍ଧୀ ଓ ବଲ୍ଲଭ ଭାଇ ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ଇନ୍ଦିରା ଗାନ୍ଧୀ ପାର୍କ ସ୍ଥିତ ଇନ୍ଦିରାଜୀଙ୍କ ପ୍ରତିମୂର୍ତ୍ତିରେ ପିସିସି ପକ୍ଷରୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା । ଆଜିର ଏହି ସମସ୍ତ କାର୍ୟ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ସର୍ବଶ୍ରୀ ଶିବାନନ୍ଦ ରାୟ, ସମୀର କୁମାର ରାଉତରାୟ, ସୁରେଶ କୁମାର ରାଉତରାୟ, ପ୍ରକାଶ ଜେନା, ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାସ, ଜୟଶ୍ରୀ ପଟ୍ଟନାୟକ, ପୃଥିବୀ ବଲ୍ଲଭ ପଟ୍ଟନାୟକ, ପ୍ରକାଶ ମିଶ୍ର, ସୁଦର୍ଶନ ଦାସ, ଅମୀୟ କୁମାର ପଟ୍ଟନାୟକ, ରଜନୀ ମହାନ୍ତି, ଲିଙ୍ଗରାଜ ସାହୁ, ମିହିର ଆଚାର୍ୟ୍ୟ, ହିମାଂଶୁ ଲେଙ୍କା, ମନୋରଞ୍ଜନ ରାଉତରାୟ, ସଂଜୟ ମିଶ୍ର,ମୋଟରାଜ ଡୁଙ୍ଗ ଡୁଙ୍ଗ, ବସନ୍ତ ମହାରଣା, ଭାସ୍କର ସେଠୀ, ଜାନକୀ ମଲ୍ଲିକ, ପ୍ରଭାତ ପ୍ରତାପ ସିଂ, ତାପସ ସେଠୀ, ଜୟକୃଷ୍ଣ ସୁବୁଦ୍ଧି, ଶିବଶଙ୍କର ବେହେରା, ଦେବେନ୍ଦ୍ର ଦାସ, ସନ୍ତୋଷ କୁମାର ନାୟକ, ଯୁଗଳ ନାୟକ, ସୁସ୍ଥିର ନାୟକ, ଖଗେଶ୍ୱର ମଲ୍ଲିକ, ପ୍ରଶନ୍ନ ପାଇକରାୟ ପ୍ରମୁଖ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ