ପିସିସି ସଭାପତି ଯେଉଁଭଳି ଦାୟିତ୍ୱ ନେଇ କାମ କରିବା କଥା ତାହା କରୁନାହାନ୍ତି: ସୋଫିଆ

ଭୁବନେଶ୍ୱର:ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର ସୋଫିଆ କହିଛନ୍ତି, ପିସିସି ସଭାପତି ଯେଉଁଭଳି ଦାୟିତ୍ୱ ନେଇ କାମ କରିବା କଥା ତାହା କରୁନାହାନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଯେଉଁ ଭିଜନ୍‌ ରହିଛି, ତାହାକୁ ଠିକଣା ଭାବେ ସଭାପତି କାର୍ଯ୍ୟକାରୀ କରୁ ନାହାନ୍ତି। ସୋଫିଆ, ପାଠ୍ୟପୁସ୍ତକରେ ଶତାଧିକ ତ୍ରୁଟିକୁ ନେଇ କହିଛନ୍ତି, ଏହା ରାଜ୍ୟର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ କଥା। ହେଲେ କଂଗ୍ରେସ ସେଭଳି କିଛି ଆଖିଦୃଶିଆ ସରକାର ବିରୋଧୀ କାର୍ଯ୍ୟକ୍ରମ କରି ନାହିଁ। ରାଜ୍ୟରେ ବିଜେଡି ଦୁର୍ବଳ ହୋଇଯାଇଛି। ଏହି ସମୟରେ କଂଗ୍ରେସ ପାଇଁ ସୁଯୋଗ ରହିଛି ବୋଲି ସୋଫିଆ କହିଛନ୍ତି।

ଏନେଇ ପିସିସି ପକ୍ଷରୁ ଗଣମାଧ୍ୟମ ଅଧ୍ୟକ୍ଷ ଅରବିନ୍ଦ ଦାସ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମାର୍ଗ ଦର୍ଶନରେ ପିସିସି ପକ୍ଷରୁ ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ରାଜ୍ୟବ୍ୟାପୀ କଂଗ୍ରେସ ନାରୀ ନିର୍ଯାତନା, ଭିଡ଼ ହିଂସା, ଚାଷୀ ସୁରକ୍ଷା, ମହିଳା ସୁରକ୍ଷା ଭଳି ବିଭିନ୍ନ ପ୍ରସଙ୍ଗରେ ଏକାଧିକ ଆନ୍ଦୋଳନ କରିଥିବାବେଳେ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ସମାଲୋଚନା ନିରର୍ଥକ ଓ ସେ ସହ୍ୟ କରିପାରୁ ନାହାନ୍ତି l

  • Related Posts

    ସଂସଦର ସମୟ ନଷ୍ଟ ହେବା ଯୋଗୁଁ ୨୧୬ କୋଟି କ୍ଷତି : ଅପରାଜିତା

    ସଂସଦରେ ହଙ୍ଗାମା ଓ କାର୍ଯ୍ୟଦିବସ ନଷ୍ଟକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସଂସଦ ଯେଉଁଭଳି ଭାବେ ଚାଲିଲା, ତାହା ଅତ୍ୟନ୍ତ ନୈରାଶ୍ୟଜନକ ବୋଲି କହିଛନ୍ତି ଅପରାଜିତା । ତାଙ୍କ କହିବା ଅନୁସାରେ, ସଂସଦର ମୂଲ୍ୟବାନ…

    Continue reading
    ବିଜେପି ବିଧାୟକଙ୍କ ଦୋଷକୁ ରାଜ୍ୟ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି

    ଭୁବନେଶ୍ୱର: କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ଦ୍ୱାରା ଦୁର୍ବ୍ୟବହାର ଅଭିଯୋଗ ଆଣି ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ସମୂହ ଇସ୍ତଫା ଦେଇଥିବା ତିରିଶ ଜଣ ୱାର୍ଡେନ ଓ ଡେପୁଟି “ୱାର୍ଡେନଙ୍କ ସ୍ଥାନରେ ନୂତନ ଚିପ୍ ୱାଡେନ, ୱାର୍ଡେନ ଓ ଡେପୁଟି ୱାର୍ଡେନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ