ପି.ଏମ୍. ଜନମନ୍ ଯୋଜନାର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟବ୍ୟାପୀ କାର୍ଯ୍ୟକାରୀ ହେଉଥିବା ପି. ଏମ୍. ଜନମନ୍ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ ଉପସ୍ଥିତ ସମସ୍ତ ସଚିବ ମାନଙ୍କୁ, ରାଜ୍ୟର ୧୪ଟି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନାର ପ୍ରତ୍ୟେକ ଦୁର୍ଗମ ଅଂଚଳକୁ ପରିଦର୍ଶନରେ ଯାଇ ସେଠାକାର ପରିସ୍ଥିତି ପରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳ ମାନେ ଓ ଜିଲ୍ଲା ସ୍ତରରେ କାର୍ଯ୍ୟକରୁଥିବା ବିଭାଗୀୟ ଅଧିକାରୀ ମାନେ ମଧ୍ୟ ଚିହ୍ନଟ ହୋଇଥିବା ପ୍ରତ୍ୟେକ ଗ୍ରାମ ଓ ଜନବସତିକୁ ଯାଇ ସେଠାକାର ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ନିର୍ଦ୍ଦେଶ ଦେଇ କହିଥିଲେ।
ସୂଚନାଯୋଗ୍ୟ ଯେ, ପି. ଏମ୍. ଜନମନ୍ ଯୋଜନାରେ ଓଡ଼ିଶାର ୧୪ଟି ଜିଲ୍ଲାର ୫୫ଟି ବ୍ଲକ, ୧୭୫୧ ଟି ଗ୍ରାମ/ ଜନ ବସତି, ୨୮୯ଟି ଗ୍ରାମ ପଂଚାୟତ ଏବଂ ୨ ଟି ପୌର ପ୍ରଶାସିତ ଅଂଚଳ ଅନ୍ତର୍ଭୁକ୍ତ ଥିବା ବେଳେ ସମୁଦାୟ ୬୮,୬୦୫ଟି ପରିବାରର ୩,୧୪,୫୧୪ ଲୋକ ଏହି ଯୋଜନାର ସୁଫଳ ପାଇବେ । ବୈଠକରୁ ଜଣାଯାଇଛି ଯେ, ୨୦୨୬ ବର୍ଷ ଶେଷ ସୁଦ୍ଧା ୪୫,୪୦୮ଟି ଘର , ଗ୍ରାମ୍ୟ ଉନ୍ନୟନ ବିଭାଗ ପାଖରୁ ପ୍ରାୟ ୨୧୦ କିଲୋମିଟରର ପକ୍କା ସଡକ, ୧୬୪୬ ଟି ଗ୍ରାମକୁ ଟ୍ୟାପ୍ ଯୋଗେ ଜଳ ଯୋଗାଣ, ୩୫୧ଟି ଅଂଚଳରେ ମୋବାଇଲ ଟାୱାର ସଂଯୋଗୀକରଣ, ୪୦୫ଟି ଅଂଚଳର ଛାତ୍ର ଛାତ୍ରୀଙ୍କ ପାଇଁ ହଷ୍ଟେଲ ନିର୍ମାଣ, ୭୪ଟି ବହୁମୁଖୀ କେନ୍ଦ୍ର ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି। ସମସ୍ତ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ୧୪ ଟି ଜିଲ୍ଲାର ଯେଉଁ ଜନ ବସତିର(Habitation) ୫ କିଲୋମିଟର ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାହିଁ, ସେହିପରି ସମସ୍ତ ଅଂଚଳରେ ମୋବାଇଲ ମେଡିକାଲ ୟୁନିଟର ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିଲା । ଏହିପରି ସମସ୍ତ ୧,୦୫୫ଟି ଜନ ବସତିକୁ ମୋବାଇଲ ମେଡିକାଲ ୟୁନିଟ ଯୋଗାଇ ଦିଆଯାଇଛି ଏବଂ ଏ କ୍ଷେତ୍ରରେ ଶତ ପ୍ରତିଶତ ସଫଳତା ହାସଲ ହୋଇଛି ବୋଲି ବୈଠକରୁ ଜଣା ଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ।
ବିଶେଷତଃ ପିଭିଟିଜି ଅଂଚଳରେ ବସବାସ କରୁଥିବା ଆଦିବାସୀଙ୍କ ନିମନ୍ତେ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ମୋବାଇଲ କନେକ୍ସନ, ଆଦି କାର୍ଯ୍ୟ ଗୁଡିକୁ ଯଥାଶୀଘ୍ର ସମାପନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସଚିବ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଯୋଗାଯୋଗ ହୋଇପାରୁନଥିବା କିମ୍ବା ଦୁର୍ଗମ ଅଂଚଳ ଗୁଡିକୁ ମୁଖ୍ୟ ଶାସନ ସଚିବଙ୍କ ସମେତ ଅନ୍ୟ ସଚିବ ମାନେ ପରିଦର୍ଶନରେ ଯାଇ ସେଠାକାର କାମ କିଭଳି ନିର୍ଦ୍ଧାରିତ ସମୟ ମଧ୍ୟରେ ସମାପ୍ତ ହେବ ସେ ବିଷୟରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ଉକ୍ତ ବୈଠକରେ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ ଏବଂ ବିଭିନ୍ନ ବିଭାଗର ଶାସନ ସଚିବମାନେ ଉପସ୍ଥିତ ଥିଲେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ