ପୁଅକୁ ହତ୍ୟା କଲା ବାପା

ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଚୁନିଦା ଗାଁରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହରୁ ବୋହୂକୁ ଘରେ ତାଲା ମାରି ପୁଅକୁ ହତ୍ୟା କଲା ବାପା। ଖବର ପାଇ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଭଦ୍ରକ ଗ୍ରାମାଞ୍ଚଳ ଥାନା ଅର୍ନ୍ତଗତ ଚୁନିଦା ଗ୍ରାମର ଘଟିଛି ଏମିତି ଏକ ଘଟଣା। ଆଜି ଜଣେ ବାପା ଓ ସାବତ ମାଆ ମିଶି ନିଜର ବିବାହିତ ପୁଅକୁ ଛୁରୀ ଭୁଷି ମାରିଦେଇଛନ୍ତି । ଏହି ଘଟଣା ପ୍ରଘଟ ହେବା ପରେ ଘଟଣାସ୍ଥଳକୁ ଏବେ ଗ୍ରାମାଞ୍ଚଳ ପୁଲିସ ଯାଇ ତଦନ୍ତ ଆରମ୍ଭ କରିଛି। ପାରିବାରିକ କଳହରୁ ଏଭଳି ଘଟଣା ଘଟିଛି ବୋଲି ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଏବେ ଚୁନିଦା ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିବା ବେକେ ଗ୍ରାମରେ ପୁଲିସ ମୁତୟନ କରାଯାଇଛି। ବାପା ଆକ୍ରମଣରେ ପୁଅ ବିକାଶ ଗୁରୁତର ହେବା ପରେ ତାଙ୍କୁ ଭଦ୍ରକ ମେଡିକାଲ ରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ଚିକିତ୍ସା ପରେ ମୃତ ଘୋଷଣା କରିଥିଲେ ।
ମୃତକ ବିକାଶ କୁମାର ସାହୁଙ୍କର ଶବ ବ୍ୟବଚ୍ଛେଦ ପାଇଁ ଭଦ୍ରକ ମେଡିକାଲରେ ଥିବା ବେଳେ ବାପା ରବୀନ୍ଦ୍ର ସାହୁ ଓ ସାବତ ମାଆ ମମତା ସାହୁଙ୍କୁ ପୁଲିସ ଗିରଫ କରିଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ