ପୁଣି ଆସୁଛି ଆଉ ଏକ ଲଘୁଚାପ ! ଆଜି ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ବର: ବାତ୍ୟା ‘ମୋନ୍ଥା’ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ବିହାର ସଂଲଗ୍ନ ଝାଡ଼ଖଣ୍ଡରୁ ଉତ୍ତର-ଉତ୍ତରପୂର୍ବ ଦେଇ ଉପ-ହିମାଳୟ ପଶ୍ଚିମବଙ୍ଗ ଓ ସିକ୍କିମ ଏବଂ ଆସାମ ଆଡକୁ ଗତି କରି କିଛି ଘଣ୍ଟା ମଧ୍ୟରେ ଶକ୍ତିହୀନ ହୋଇଯିବ । ଓଡ଼ିଶାରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ଆହୁରି କିଛି ଦିନ ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉପକୂଳ ଓଡ଼଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବାର ସମ୍ଭାବନା ରହିଛି ।
ଅନ୍ୟପଟେ ବର୍ତ୍ତମାନ ଥାଇଲାଣ୍ଡର ଗଲ୍ଫ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । କିନ୍ତୁ ଏହାର ପ୍ରଭାବ ଓଡିଶା ଉପରେ ରହିବ କି ନାହିଁ ତାହା ବର୍ତ୍ତମାନ ପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
ଆଜି କିଛି ଜିଲ୍ଲରେ ବର୍ଷା ସହ ପ୍ରବଳ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏହା ସାଙ୍ଗକୁ ଝଟକା ପବନ ବହିବ । ଯାହାକୁ ନେଇ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ରବିବାର ମଧ୍ୟ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ କିଛି କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବ । ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ବର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ।
ସୋମବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କିଛି କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ