ପୁଣି ଏକାଠି ନବୀନ-ପାଣ୍ଡିଆନ୍!

ଭୁବନେଶ୍ବର : ଦୀର୍ଘଦିନ ପରେ ପୁଣି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ଅବସରପ୍ରାପ୍ତ ଆଇଏଏସ ଭି.କେ ପାଣ୍ଡିଆନ୍‌ଙ୍କୁ ଏକାଠି ଦେଖିବାକୁ ମିଳିଛି। ୨୦୨୪ ନିର୍ବାଚନ ପରେ ନବୀନଙ୍କ ସହ ପାଣ୍ଡିଆନ୍‌ଙ୍କୁ ଦେଖିବାକୁ ମିଳୁ ନ ଥିଲା। ଦଳୀୟ ନେତା ନବୀନ ନିବାସରେ ପାଣ୍ଡିଆନ୍‌ଙ୍କୁ ଭେଟୁଥିଲେ ମଧ୍ୟ ନବୀନଙ୍କ ସହ ଗୋଟିଏ ଫ୍ରେମ୍‌ରେ ସେ ନଜର ଆସୁନଥିଲେ। ସାମାଜିକ କାର୍ୟ୍ୟକ୍ରମଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ନବୀନଙ୍କୁ ଏକାକୀ ଦେଖିବାକୁ ମିଳୁଥିଲା। ଦୀର୍ଘଦିନ ପରେ ପୁଣି ସମାନ ଦୃଶ୍ୟ ସାମ୍ନାକୁ ଆସିଛି। ନବୀନଙ୍କ ସହ ପାଣ୍ଡିଆନ୍‌ ନଜର ଆସିଛନ୍ତି। ଏହାର ଏକ ଭିଡିଓ ପ୍ରଘଟ ହେଉଛି। ଭିଡିଓଟି ତାମିଲନାଡ଼ୁ କୋଏମ୍ବାଟୁର ବିମାନବନ୍ଦରର ବୋଲି କୁହାଯାଉଛି। ଭିଡିଓରେ ନବୀନ ଓ ପାଣ୍ଡିଆନ୍‌ଙ୍କ ସମେତ ଜଣେ ସୁରକ୍ଷାକର୍ମୀ ବିମାନବନ୍ଦର ଭିତରକୁ ପ୍ରବେଶ କରୁଥିବା ଦେଖିବାକୁ ମିଳିଛି। ନବୀନଙ୍କ ଏହି ଗସ୍ତ ସମ୍ପର୍କରେ ସୂଚନା ମିଳିନଥିବାବେଳେ ସେ ବ୍ୟକ୍ତିଗତ କାମରେ ଯାଇଛନ୍ତି, ଖୁବ୍‌ଶୀଘ୍ର ଫେରିବେ ବୋଲି ବିଜେଡି ବିଧାୟକ ମନୋହର ରନ୍ଧାରୀ ଗଣମାଧ୍ୟମରେ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଓଡ଼ିଶା ବିଧାନସଭାରେ ନବୀନ ହେଉଛନ୍ତି ବିରୋଧୀ ଦଳର ନେତା। ବର୍ତ୍ତମାନ ଗୁରୁତ୍ବପୂର୍ଣ୍ଣ ବଜେଟ୍ ଅଧିବେଶନ ଜାରି ରହିଛି। ଚଳିତ ବିଧାନସଭା ଅଧିବେଶନ ବିଭିନ୍ନ ଘଟଣାବଳୀକୁ ନେଇ ସରଗରମ ହୋଇଛି। ଏପରି ସମୟରେ ନବୀନ ଗୃହରେ ଅନୁପସ୍ଥିତ ରହୁଛନ୍ତି। ତେବେ ନବୀନ ୭ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ଦଳୀୟ ସୂତ୍ରରୁ ଶୁଣିବାକୁ ମିଳୁଥିଲା। ତାମିଲନାଡ଼ୁ ଗସ୍ତ ସମ୍ପର୍କରେ କାହା ପାଖରେ ସୂଚନା ନାହିଁ। ବ୍ୟକ୍ତିଗତ କାମରେ ସେ ଯାଇଥାଇପାରନ୍ତି ବୋଲି ଦଳୀୟ ନେତା ଅନୁମାନ କରୁଛନ୍ତି।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ