ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ

ଭୁବନେଶ୍ୱର: ସୁଭଦ୍ରା ପୋର୍ଟାଲ ନେଇ ମଙ୍ଗଳବାର ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ସୁଭଦ୍ରା ପୋର୍ଟାଲକୁ ପୁଣି ଖୋଲାଯିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।

ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଅଗଷ୍ଟ ୯ତାରିଖ ପରେ ସୁଭଦ୍ରା ପୋର୍ଟାଲ ଖୋଲିବ । ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ସର୍ଭେ କରାଯିବ । ୨୧ ବର୍ଷ ହୋଇଥିବା ଯୁବତୀ ବା ମହିଳା ଆବେଦନ କରିପାରିବେ । ଅଗଷ୍ଟ ୯ତାରିଖ ଦିନ ତୃତୀୟ କିସ୍ତି ମିଳିବା ପରେ ପୋର୍ଟାଲ ଖୋଲିବ ।

ଆସନ୍ତା ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ସୁଭଦ୍ରା କିସ୍ତି ମିଳିବ । ୧ ଲକ୍ଷ ୮୮ ହଜାର ବଞ୍ଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ । ଯୋଗ୍ୟ ହେଲେ ଅଗଷ୍ଟ ୯ ତାରିଖରେ ସୁଭଦ୍ରା କିସ୍ତି ମିଳିବ । ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ । ଜିରୋ ଇନକମ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଉଦ୍ଧ୍ୱର୍ ରୋଜଗାର ଥିଲେ ସୁଭଦ୍ରା ଟଙ୍କା ମିଳିବନି । କୋଟିଆରେ ଘରେ ଘରେ ସୁଭଦ୍ରା ଟଙ୍କା ପହଞ୍ଚିବ । ଏହା ପୂର୍ବରୁ କୋଟିଆ ଯାଇ ସୁଭଦ୍ରା ଏନରୋଲମେଣ୍ଟ ଚେକ କରିବେ । ଅଗଷ୍ଟ ୯ କିସ୍ତି କୋରାପୁଟ ଜୟପୁର ଯାଇ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ପ୍ରଦାନ କରିବେ ।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ