ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଆସନ୍ତା ୫ ତାରିଖରେ ସୁମାତ୍ରା ପାଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ । ଏହା ଶ୍ରୀଲଙ୍କା ବା ଦକ୍ଷିଣ ତାମିଲନାଡୁକୁ ମୁହାଁଇବ ଓ ବର୍ଷା ହେବ । କିନ୍ତୁ ରାଜ୍ୟ ଉପରେ ଏହାର ସିଧା ପ୍ରଭାବ ରହିବନି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।
ସେ କହିଛନ୍ତି, ଆସନ୍ତା ୪ରୁ ୬ ତାରିଖ ଭିତରେ ଦକ୍ଷିଣ ଅଭ୍ୟନ୍ତରରେ ରାତି ତାପମାତ୍ରା ୪ ଡିଗ୍ରୀ କମିଯିବ । ଫଳରେ ଶୀତ ବଢ଼ିବ । ୨, ୩ ଓ ୯ ତାରିଖରେ ପାଗ ମେଘୁଆ ରହିବ । ଉତ୍ତର ଉପକୂଳ ଓ ଅଭ୍ୟନ୍ତରରେ ୪ରୁ ୬ ତାରିଖ ଭିତରେ ରାତି ତାପମାତ୍ରା ୪ ଡିଗ୍ରୀ କମିବ । ୯ ତାରିଖରେ ପାଗ ମେଘୁଆ ରହିବ । କୁହୁଡ଼ି ବି ଦୃଶ୍ୟମାନ ହୋଇପାରେ । ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ଆସନ୍ତା ୫ଦିନ ଯାଏ ତାପମାତ୍ରାରେ କିଛି ପରିବର୍ତ୍ତନ ହେବନି । ସୋମବାର ଏ ସବୁ ଅଞ୍ଚଳରେ ପାଗ ମେଘୁଆ ରହିବା ସହ କୁହୁଡ଼ି ଦେଖାଦେବ ।

  • Garvita Odia

    Related Posts

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି।…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ